ଖୋଲିଲା ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାର ଖୋଲିଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷବର୍ଷ ପାଠପଢ଼ା ହେବ। ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ହେବ। ଦୀର୍ଘ ୯ମାସ ପରେ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଦ ଦେଇ ଛାତ୍ରୀଛାତ୍ରମାନେ ଖୁସି ବ୍ୟକ୍ତ କରିଛନ୍ତି। ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ପ୍ରଥମ ଦିନରେ ହିଁ କଲେଜ ପରିଦର୍ଶନ କରିଛନ୍ତି। ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶାବଳୀକୁ ଶିକ୍ଷାନୁଷ୍ଠାନଗୁଡ଼ିକ କିପରି ପାଳନ କରୁଛନ୍ତି ତାହା ପରଖିବା ପାଇଁ ସେ ଭୁବନେଶ୍ୱରର ରାଜଧାନୀ କଲେଜ ପରିଦର୍ଶନରେ ଯାଇଥିଲେ। ସେଠାରେ ମନ୍ତ୍ରୀ ସମସ୍ତ ବ୍ୟବସ୍ଥା ଅନୁଧ୍ୟାନ କରିବା ସହିତ କଲେଜ କର୍ତ୍ତୃପକ୍ଷ, ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଥିଲେ। ପରିଦର୍ଶନ ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି, କଲେଜରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବା ସହିତ ସମସ୍ତେ ମାସ୍କ ପରିଧାନ କରିଥିବା ଦେଖିଲି। ଅନ୍‌ଲାଇନ୍‌ରେ କିଛି କୋର୍ସ ସରିଯାଇଛି। ମାର୍ଚ୍ଚ ୧୬ରେ ସେମିଷ୍ଟର ପରୀକ୍ଷା ହେବ। ସେଥିପାଇଁ ଆଉ ଯାହା କୋର୍ସ ବାକି ରହିଛି ତାକୁ ପଢ଼ାଯାଉଛି ଓ ରିଭିଜନ୍‌ ମଧ୍ୟ କରାଯାଉଛି। ପରୀକ୍ଷା ପାଇଁ ଭଲ ଭାବେ ପ୍ରସ୍ତୁତ ଥିବା ଛାତ୍ରୀଛାତ୍ରମାନେ କହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସେହିପରି ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ଓୟୁଏଟି ଏବଂ ସଂସ୍କୃତି ବିଶ୍ୱବିଦ୍ୟାଳୟ ମଧ୍ୟ ସୋମବାରଠାରୁ ଖୋଲିଛି। ଇଞ୍ଜିନିୟରିଂ ଓ ଡିପ୍ଲୋମା ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଫିଜିକାଲ କ୍ଲାସ୍‌ ହେବା ନେଇ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦେଇଛି। ଶେଷବର୍ଷ ଛାତ୍ରୀଛାତ୍ରଙ୍କ ବାକି ଥିବା ସିଲାବସ୍‌ ସାରିବା ସହ ପରୀକ୍ଷା ପାଇଁ ପ୍ରସ୍ତୁତି କରାଯିବ। ଏ ନେଇ ରାଜ୍ୟର ସମସ୍ତ ସରକାରୀ ଇଞ୍ଜିନିୟରି, ଡିପ୍ଲୋମା କଲେଜ୍‌କୁ ନିର୍ଦ୍ଦେଶନାମା ଜାରି ହୋଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଗତ ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଗତ ୮ତାରିଖରୁ ସ୍କୁଲ ଖୋଲିଯାଇଥିବା ବେଳେ ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିଛି। ୟୁଜିର ୫ମ ଓ ପିଜିର ୩ୟ ସେମିଷ୍ଟର ପାଇଁ ମାର୍ଚ୍ଚ ୧୫ତାରିଖ ପର୍ଯ୍ୟନ୍ତ କ୍ଲାସ ଚାଲିବ। ମାର୍ଚ୍ଚ ୧୬ରୁ ୩୧ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ସେମିଷ୍ଟର ପରୀକ୍ଷା ହେବ। ସେହିପରି ଏପ୍ରିଲ ୨ରୁ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର କ୍ଲାସ ଚାଲିବ। ଜୁନ ୧୬ରୁ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର ପରୀକ୍ଷା ହେବ। ତେବେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ରବିବାର, ସାଧାରଣତନ୍ତ୍ର ଦିବସ, ସରସ୍ବତୀ ପୂଜା ଓ ଉତ୍କଳ ଦିବସରେ କ୍ଲାସ୍‌ ହେବ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri