ଖୋଲିଲା କୁଲଡ଼ିହା: ପ୍ରଥମ ଦିନରେ ୪୯ ପର୍ଯ୍ୟଟକ

ସଜନାଗଡ଼, ୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟକୁ ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍‌ ୧୫ତାରିଖରୁ ବନ୍ଦ ରଖାଯାଇଥିଲା। ଶୀତଋତୁ ଆଗମନରେ ଅଭୟାରଣ୍ୟକୁ ନଭେମ୍ବର ୧ ତାରିଖ ତଥା ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ଏଠାକୁ ପ୍ରଥମ ଦିନରେ ବୁଲିବାକୁ ଆସିଥିବା ସମସ୍ତ ପର୍ଯ୍ୟଟକଙ୍କୁ ପୁଷ୍ପଗୁଚ୍ଛ ଦେଇ ଚନ୍ଦନ ଲଗାଇ ଓ ମିଠା ଖୁଆଇ ସ୍ବାଗତ କରାଯାଇଛି। ଏସିଏଫ୍‌ଓ ତପନ କୁମାର ପରିଡ଼ା ଗେଟ୍‌ ଖୋଲିଥିବା ବେଳେ କୁଲଡିହା ରେଞ୍ଜର ବିଜୟ ମହାପାତ୍ର, ଜୋଡ଼ାଚୁଆ ଫରେଷ୍ଟର ପରମାନନ୍ଦ ନାୟକ, କୁଲଡ଼ିହା ଫରେଷ୍ଟର ନରେଶ ସିଂ ଓ ସବୁଜବାହିନୀ ଉପସ୍ଥିତ ଥିଲେ। ଚଳିତବର୍ଷ ପ୍ରଥମ ପର୍ଯ୍ୟଟକ ଭାବେ ବାଲେଶ୍ୱର ଜିଲାର ପ୍ରଭାକର ସ୍ବାଇଁ ଆସିଥିଲେ। ଦ୍ୱିତୀୟ ପର୍ଯ୍ୟଟକ ଭାବେ ପଶ୍ଚିମବଙ୍ଗ ହୁଗୁଳି ଜିଲାର ୨୮ଏ କିସାନରୋଡ୍‌ ରିସ୍ରା ଅଞ୍ଚଳର ସୁକଲ୍ୟାଣ ପଲିତ୍‌ଙ୍କୁ ବନ ବିଭାଗ ପକ୍ଷରୁ ସ୍ବାଗତ କରାଯାଇଥିଲା। ମୋଟ ୪୯ଜଣ ପର୍ଯ୍ୟଟକ ଆସିଥିବା ବେଳେ ସେଥିମଧ୍ୟରୁ ୩୧ଜଣ ପୁରୁଷ, ୧୭ଜଣ ମହିଳା ଏବଂ ଜଣେ ଛୋଟ ପିଲା ଥିଲେ।
ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ଗୋହିରାଭୋଳଠାରେ ଥିବା ନେଚର୍ସ ପାର୍କକୁ ଅଧିକ ଆକର୍ଷଣୀୟ କରାଯାଇଛି। ଏହି ଅଭୟାରଣ୍ୟରେ ରିଷିଆ ଡ୍ୟାମ୍‌, ରିଷିଆ ପ୍ରକୃତି ନିବାସ ଏବଂ ସେଠାକାର ନିଆରା ଖାଦ୍ୟ ପାନୀୟ ସୁବିଧା, ରୋମାଞ୍ଚକର ଅନୁଭୂତି ପର୍ଯ୍ୟଟକମାନଙ୍କୁ ଅଧିକ ଆକର୍ଷିତ କରିଥାଏ। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ସମୟ ପୂର୍ବାହ୍ନ ସାଢ଼େ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ରହିଛି। ଭ୍ରମଣ ନିମନ୍ତେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ନିର୍ଦ୍ଧାରିତ ହୋଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା ଓ ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଧାର୍ଯ୍ୟ ହୋଇଛି। ଗତବର୍ଷ ରାଜସ୍ବ ତୁଳନାରେ ଚଳିତବର୍ଷ ଅଧିକ ରାଜସ୍ବ ଆୟ ହେବ ବୋଲି ବନ ବିଭାଗ ଆଶା ରଖିଛି। ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟରେ ବାଘ, ଭାଲୁ, ହାତୀ, କୁଟାରୀ, ହରିଣ, ଶମ୍ବର, ବାର୍‌ହା, ଝିଙ୍କ ଭଳି ବିଭିନ୍ନ ବନ୍ୟଜନ୍ତୁ ସମେତ ବିଭିନ୍ନ ପ୍ରଜାତିର ରଙ୍ଗବେରଙ୍ଗର ଦେଶୀ ଓ ବିଦେଶୀ ପକ୍ଷୀଙ୍କ ଅବାଧ ବିଚରଣ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ପ୍ରାକୃତିକ ପରିବେଶ ମଧ୍ୟରେ ବନ୍ୟଜନ୍ତୁଙ୍କୁ ଦେଖି ପର୍ଯ୍ୟଟକମାନେ ବେଶ୍‌ ମଜା ନେଇଥାନ୍ତି। ଗୋହିରାଭୋଳଠାରେ ଦେୟମୁକ୍ତ ରାତ୍ରିଯାପନ ସମେତ ଉନ୍ନତ ଖାଦ୍ୟ ପାନୀୟର ବ୍ୟବସ୍ଥା ଦ୍ୱାରା ଓଡ଼ିଶା ତଥା ବଙ୍ଗୀୟ ପର୍ଯ୍ୟଟକ ଅଧିକ ଆକୃଷ୍ଟ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri