ଫେଲ୍‌ ମାରିଲା ଇମ୍ରାନଙ୍କ ଆତଙ୍କି ଏଜେଣ୍ଡା: ହାଫିଜ୍‌ ସୟିଦଙ୍କ ସହ ପୋଷ୍ଟରରେ ନଜର ଆସିଲେ

ଇସ୍‌ଲାମାବାଦ,୨୬।୮: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜକୁ ଓ ଦେଶକୁ ପବିତ୍ର କହିବା ସହ ଆତଙ୍କବାଦୀଙ୍କ ବିରୋଧରେ ତାଙ୍କ ଲଢ଼େଇ ଜାରି ରହିଛି ବୋଲି ସମଗ୍ର ବିଶ୍ୱକୁ ଭୂଆଁ ବୁଲାଉଥିବା ବେଳେ ଏବେ ତାଙ୍କର ଅସଲ ମୁଖା ଖୋଲିଯାଇଛି। ପାକିସ୍ତାନରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପଛର ମାଷ୍ଟରମାଇଣ୍ଡ ତଥା କୁଖ୍ୟାତ ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ସହ ଇମ୍ରାନ ଖାନଙ୍କ ଏକ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରକୁ ପାକିସ୍ତାନୀ ଖବରଦାତା ସୋସିଆଲ ମିଡିଆରେ ଶେୟାର କରିବା ସହ ତାଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି। ପୋଷ୍ଟରରେ ଆତଙ୍କବାଦୀ ହାଫିଜଙ୍କ ପୂରା ପାଖରେ ଇମ୍ରାନଙ୍କ ସହ ଅନ୍ୟମାନଙ୍କ ଫଟୋ ଲାଗିଥିବା ନଜର ଆସିଛି। ଏହି ପୋଷ୍ଟରରେ ଊର୍ଦ୍ଦୁ ଭାଷାରେ ସମସ୍ତଙ୍କ ନାମ ଲେଖାଯିବା ସହ ଜଶ୍ନ-ଏ-ଆଜାଦି ଲେଖାଯାଇଛି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି ପୋଷ୍ଟର ସର୍ବସମ୍ମୁଖରେ ଆସିବା ପରେ ପାକିସ୍ତାନ ସରକାରଙ୍କ ଆତଙ୍କି ଏଜେଣ୍ଡା ଚର୍ଚ୍ଚାକୁ ଆସିଛି। ଆତଙ୍କବାଦୀଙ୍କ ଠାରୁ ପାକିସ୍ତାନ ମୁକ୍ତି ଚାହୁଁଛି ବୋଲି ସରକାର ସାରା ବିଶ୍ୱରେ ଡିଣ୍ଡିମ ପିଟୁଛନ୍ତି। ହେଲେ ସେମାନଙ୍କ ବିରୋଧରେ କୌଣସି କଡ଼ା କାର୍ଯ୍ୟନୁଷ୍ଠାନ ଗ୍ରହଣ ନ କରି ନାଟକବାଜି କରୁଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri