ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ କାଦୁଅ ରାସ୍ତାରେ ଯିବା ଆସିବା କରୁଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟରେଲ ପଞ୍ଚାୟତ ସ୍ଥିତ ଗଙ୍ଗଲାଗୁଡ଼ା ଗ୍ରାମରେ।

ଦୀର୍ଘ ୧୨ରୁ ୧୫ ବର୍ଷ ହେବ ଗ୍ରାମକୁ ରାସ୍ତା ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀ ରାସ୍ତାରେ ଧାନ ତଳି ରୋପଣ କରି ଏହାର ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। ଗ୍ରାମର ୱାର୍ଡ ମେମ୍ବର ମାଳତୀ କବାସୀ, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସହ ଗ୍ରାମବାସୀମାନେ ମିଶି ତଳି ରୋପଣ କରିଛନ୍ତି। ଏ ଦିଗରେ ପ୍ରଶାସନ ତୁରନ୍ତି ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଗ୍ରାମବାସୀ ବ୍ଲକ ଅଫିସ ଆଗରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।

ସୂଚନାନୁଯାୟୀ, ରାସ୍ତାର ଗୋଟିଏ ପାର୍ଶ୍ୱରେ ଜଳସେଚନ ବିଭାଗର କେନାଲ ଯାଇଥିବା ହେତୁ ଗ୍ରାମବାସୀ ରାସ୍ତା ନିର୍ମାଣ ନେଇ ଲିଖିତ ଅଭିଯୋଗ କରୁଥିଲେ ହେଁ କୌଣସି ସୁଫଳ ମିଳି ନାହିଁ। ଯଦି ରାସ୍ତା ନିର୍ମାଣ କରିବାକୁ ଇଚ୍ଛୁକ, ତେବେ ଡିଆର୍‌ଡିଏ ଅଫିସରେ ଯାଇ ଅଭିଯୋଗ କରିବାକୁ ବିଭାଗ ପକ୍ଷରୁ କୁହାଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। କୋରୁକୋଣ୍ଡା ସଦରଠାରୁ ମାତ୍ର ୫ କିଲୋମିଟର ଦୂରରେ ଏହି ଗାଁ ଥିଲେ ସୁଦ୍ଧା ରାସ୍ତା ନ ଥିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଶାସନ ଜାଣିଶୁଣି ନିରବଦ୍ରଷ୍ଟା ସାଜିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ବର୍ଷା ଦିନ ହେତୁ କୌଣସି ରୋଗୀକୁ ନେବା ପାଇଁ ଆମ୍ବୁଲାନ୍ସ ଗାଡି ଆସିବା ସମୟରେ ବହୁତ ଥର ଆମ୍ବୁଲାନ୍ସ ଗାଡି କାଦୁଅରେରେ ଫସିରହୁଛି। ଛୋଟ ଛୋଟ ପିଲାମାନେ ବିଦ୍ୟାଳୟକୁ ଯିବା ବାଟରେ ଅନେକ ଥର ପଡି ଆହତ ମଧ୍ୟ ହୋଇଛନ୍ତି। ରାସ୍ତା ଠିକ ନ ଥିବା ହେତୁ ଗ୍ରାମବାସୀ ୩ କିଲୋମିଟର ପରିବର୍ତ୍ତେ ୬ କିଲୋମିଟର ରାସ୍ତା ଦେଇ ଲୋକେ ବ୍ଲକକୁ ଯାଉଛନ୍ତି ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri