ଗଙ୍ଗା ଆଳତିରେ ସାମିଲ ହେଲେ ସାରା

ବାରାଣସୀ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ଅପ୍‌କମିଂ ଫିଲ୍ମର ଶୁଟିଂ ପାଇଁ ସୋମବାର ବାରାଣସୀ ବହଞ୍ଚିଛନ୍ତି। ସେଠାରେ ସେ ସୋମବାର ସନ୍ଧ୍ୟାର ଗଙ୍ଗା ଆଳତିରେ ଯୋଗ ଦେଇଥିବା ଦେଖାଯାଇଛି। ଏହାସହ ସେ ଗଙ୍ଗାରେ ନୌବିହାର ମଧ୍ୟ କରିଥିଲେ। ଏହାର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ଘଟଣା ସମ୍ପର୍କରେ ଜଣାପଡିଛି। ବାରାଣସୀ ପରେ ସେ କାଶୀ ଗସ୍ତ କରିଛନ୍ତି। ତାଙ୍କସହ ଅଛନ୍ତି ସାଉଥ୍‌ ଷ୍ଟାର ଧନୁଷ। ସେଠାରେ ମାର୍ଚ୍ଚ ୧ରୁ ଫିଲ୍ମର ଶୁଟିଂ ଆରମ୍ଭ ହୋଇସାରିଛି। କାଶୀ ଷ୍ଟେଶନରେ ଏହି ଫିଲ୍ମର ଶୁଟିଂ ୪-୬ ମାର୍ଚ୍ଚ ମଧ୍ୟରେ କରାଯିବାକୁ ଯୋଜନା ରହିଛି। ଉକ୍ତ ଫିଲ୍ମରେ ଏକ ବିହାରି ଝିଅର ଚରିତ୍ର ସହ ଡବଲ ରୋଲରେ ନଜର ଆସିବେ ସାରା। ଏହାସହ ଧନୁଷ ଜଣେ ଦକ୍ଷିଣ ଭାରତୀୟଙ୍କ ଭୂମିକାରେ ନଜର ଆସିବେ। ମାର୍ଚ୍ଚ ୫ରେ ଚନ୍ଦୋଲିର ଖୁରୁଝା ଗାଁରେ ସାରାଙ୍କର କିଛି ସିନ୍‌ ଶୁଟିଂ କରାଯିବାକୁ ଥିବା ବେଳେ ଏବେ ସେ ନଦେସରର ଏକ ହୋଟେଲରେ ରହିଥିବା କୁହାଯାଉଛି। ଏହି ଫିଲ୍ମରେ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଚରିତ୍ରରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri