Posted inଜାତୀୟ

ଗଙ୍ଗା ନଦୀରେ ଚାଷୀଙ୍କ ଜଳ ସତ୍ୟାଗ୍ରହ

ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ ଶହ ଚାଷୀ ଜଳ ସତ୍ୟାଗ୍ରହ ଆରମ୍ଭ କରିଛନ୍ତି। ଏହି ଆନ୍ଦୋଳନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏଥିରେ ୨୮ ଗଁାର ଶହେରୁ ଊର୍ଦ୍ଧ ଚାଷୀ ସାମିଲ ହୋଇଛନ୍ତି। ପ୍ରତିଦିନ ଆଣ୍ଠୁଏ ଆଣ୍ଠୁଏ ପାଣିରେ ଶତାଧିକ ଚାଷୀ ଠିଆହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ବର୍ଷାଦିନେ ପାହାଡିଆ ଅଞ୍ଚଳରୁ ପାଣି ସବୁ ଆସି ଗଙ୍ଗା ନଦୀରେ ମିଶି ବନ୍ୟା ସୃଷ୍ଟି କରିଥାଏ। ଫଳରେ ଗଁାଲୋକଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏନେଇ ବହୁ ବର୍ଷରୁ ଉକ୍ତ ଗ୍ରାମଗୁଡ଼ିକର ଲୋକମାନେ ଗଙ୍ଗାନଦୀରେ ଏକ ପୋଲ ନିର୍ମାଣ ପାଇଁ ଦାବି କରିଆସୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ସରକାର ଯେ ପର୍ଯ୍ୟନ୍ତ ତାଙ୍କ ଦାବି ପୂରଣ ନ କରିଛନ୍ତି ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟକାଳ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ପରିସ୍ଥିତିରେ ଗଙ୍ଗା ନଦୀ ଫୁଲିଥିବା ବେଳେ ଏଭଳି ସ୍ଥିତିରେ ଚାଷୀଙ୍କ ଜଳ ସତ୍ୟାଗ୍ରହ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଚାଷୀଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଲାଇଫ ଜ୍ୟାକେଟ ବ୍ୟବସ୍ଥା ସହ ପୋଲିସକର୍ମୀଙ୍କୁ ନଦୀ ନିକଟରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri