ଗଛକୁ ପିଟିଲା କାର୍‌, ପରିବାରର ୩ଜଣଙ୍କ ସହ ଚାଳକ ମୃତ

ନୟାଗଡ଼ ଅଫିସ,୧୧।୧: ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ାଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୩ ଜଣ ରହିଥିବାବେଳେ ଅନ୍ୟ ଜଣେ ହେଲେ ଚାଳକ। ମୃତକମାନେ ହେଲେ ଡଗାଁ ଥାନା ନନ୍ଦିଘୋର ଗ୍ରାମ ନେଳିଆସାହିର ଚିରଞ୍ଜୀବୀ ସାହୁ (୪୪), ତାଙ୍କ ସ୍ତ୍ରୀ ମଧୁସ୍ମିତା (୩୫), ପୁଅ ଆଦିତ୍ୟ କୁମାର (୧୧) ଓ ଉକ୍ତ ଗ୍ରାମର କାର୍‌ ଚାଳକ ସନ୍ତୋଷ କୁମାର ନାୟକ।
ମିଳିଥିବା ସୂଚନା ଅନୁସାରେ, ଚିରଞ୍ଜୀବୀ ଶୁକ୍ରବାର ନିଜ କାର୍‌ (ଓଡି-୦୨-ଏଏନ୍‌-୭୨୩୭)ରେ ନୟାଗଡ଼ରେ ପଢ଼ୁଥିବା ତାଙ୍କ ଝିଅର ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପାଇଁ ପରିବାର ସହିତ ଭୁବନେଶ୍ୱର ଯାଇଥିଲେ। ଭୁବନେଶ୍ୱରର ଏକ ମେଡିକାଲରେ ଝିଅର ସ୍ବାସ୍ଥ୍ୟ ପରୀକ୍ଷା କରି ଘରକୁ ଫେରିବା ସମୟରେ ଝିଅକୁ କୋଚିଂ ସେଣ୍ଟରରେ ଛାଡ଼ି ପରିବାର ସହ ଘରକୁ ଫେରୁଥିଲେ । ତେବେ ଘର ଆଉ କିଛି କିଲୋମିଟର ଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। କରଡ଼ା ଛକଠାରେ ଚାଳକ ସନ୍ତୋଷ ଭାରସାମ୍ୟ ହରାଇ ଗାଡ଼ିଟିକୁ ରାସ୍ତାର ଡାହାଣ ପଟେ ଥିବା ଏକ ଗଛରେ ପିଟି ଦେଇଥିଲେ। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ମଧୁସ୍ମିତାକୁ ଉଦ୍ଧାର କରି ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ସ୍ଥାନାନ୍ତର ବେଳେ ମଧୁସ୍ମିତାଙ୍କ ମୃତ୍ୟୁ ଘଟିଥିଲା। ୪ ମୃତଦେହ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯାଇଛି। ଶରଣକୁଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri