ଗଛମୂଳେ କ୍ୱାରାଣ୍ଟାଇନରେ ଶ୍ରମିକ

ନୂଆପଡା ଅଫିସ/ବୋଡେନ,୨୪|୪ – କରୋନା ଲକ୍‌ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି। ହେଲେ ଏଠାରେ ପରିବାର କିମ୍ବା ପଞ୍ଚାୟତ କର୍ତ୍ତୃପକ୍ଷ କ୍ୱାରାଣ୍ଟାଇନର ବ୍ୟବସ୍ଥା କରୁ ନ ଥିବାରୁ ଗଛମୂଳେ ସେମାନଙ୍କ ଦିନ ବିତୁଛି। ନୂଆପଡା ଜିଲା ବୋଡେନ ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ବିନୋପୁର ଗାଁର ଦୁଇଜଣ ଶ୍ରମିକ ରମେଶ ମାଝୀ (୨୨) ଓ ଲଳିତ ମାଝୀ (୨୦ )ଅନୁଗୋଳରୁ ସାଇକେଲରେ ଆସିଥିବାବେଳେ ଗାଁର ଏକ ଗଛମୂଳରେ ରହିଛନ୍ତି। ରମେଶ ଏବଂ ଲଳିତଙ୍କ ସମେତ ଅନ୍ୟ ତିନିଜଣ ଏହି ବ୍ଲକ ଲେସୁନପାଲି ଗାଁର ନୃପ ଭୋଇ(୨୪), ଖଡିଆଳ ବ୍ଲକ କେନ୍ଦୁପାଟୀ ଗାଁର ଦୁଷ୍ମନ୍ତ ପୋଢ(୨୨) ଏବଂ ସୁମନ ପୋଢ(୨୦) ଅନୁଗୋଳସ୍ଥିତ ନାଲକୋ କମ୍ପାନୀରେ କାମ କରୁଥିଲେ ା ଲକ୍‌ଡାଉନ ପରେ ଗତ ୧ତାରିଖଠାରୁ କୌଣସି କାମ ନ ପାଇ ବସି ରହିଥିଲେ। ନିଜ ପାଖରେ ଥିବା ଟଙ୍କାରୁ ୫ଜଣ ୪ଟି ସାଇକେଲ କିଣିଥିଲେ ା ଗତ ୨୧ତାରିଖରୁ ବାହାରି ଗୁରୁବାର ପୂର୍ବାହ୍ନରେ ଏଠାରେ ଆସି ପହଞ୍ଚିଥିଲେ। ସେମାନଙ୍କ ପରିବାର ନିକଟରେ ଆବଶ୍ୟକ ଘର ନ ଥିବାରୁ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ହେଲେ ପଞ୍ଚାୟତ କର୍ତ୍ତୃପକ୍ଷ ସେମାନଙ୍କୁ ରଖିବାକୁ ମନା କରିଦେଇଥିଲେ। ଶେଷରେ ଯୁବକଦ୍ୱୟ ଗଁା ନିକଟରେ ଥିବା ଏକ ଗଛମୂଳରେ ରହୁଛନ୍ତି। ପଞ୍ଚାୟତ କର୍ତ୍ତୃପକ୍ଷ ସେହି ଗଛରେ କ୍ୱାରାଣ୍ଟାଇନ ଷ୍ଟିକର ମାରି ଦେଇଛନ୍ତି। ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇଙ୍କୁ ଏ ନେଇ ପଚାରିବାରୁ ଘଟଣାର ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ। ତେବେ ଅନ୍ୟ ତିନିଜଣଙ୍କୁ ସମ୍ପୃକ୍ତ ପଞ୍ଚାୟତରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri