ବାଙ୍ଗିରିପୋଷି,୧୩ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ କୁସୁମବନ୍ଧ ପଞ୍ଚାୟତର ତୁଳସୀବଣୀ ଛକ ନିକଟରେ ଗୁରୁବାର ଏକ ଟ୍ରାକ୍ଟର ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ସ୍ଥାନୀୟ ଗୁରୁଗୁଡିଆ ହାଟ ସାରି ଟ୍ରାକ୍ଟର ଡ୍ରାଇଭର ସମେତ ୩ ଜଣ ଶ୍ରମିକ ଫେରୁଥିବା ବେଳେ ତୁଲସୀବଣୀ ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଟ୍ରାକ୍ଟର ଡ୍ରାଇଭରଙ୍କ ନିକଟରେ ବସିଥିବା ନୂଆଡିହି ଗ୍ରାମର ହୁଦୁ ସିଂ (୩୦) ଏବଂ ଦୁଲାଲ ଦେହୁରୀ ଛିଟିକି ପଡ଼ିଥିଲେ। ଟ୍ରାକ୍ଟରଟି ଉଭୟଙ୍କ ଉପରେ ଚଢିଯିବାରୁ ଗୁରୁତର ଆହତ ହୋଇଥିଲେ। ଡାଲାରେ ବସିଥିବା ଲକ୍ଷ୍ମଣ ସିଂ ମଧ୍ୟ ଆହତ ହୋଇଥିଲେ। ଘଟଣାସ୍ଥଳରୁ ଡ୍ରାଇଭର ଟ୍ରାକ୍ଟରଟିକୁ ନେଇ ପଳାଇ ଯାଇଥିବା ବେଳେ ସ୍ଥାନୀୟ ଲୋକେ ଆହତ ୩ ଶ୍ରମିକଙ୍କୁ ଆମ୍ବୁଲାନ୍ସ ଯୋଗେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିସତ୍ା ପାଇଁ ପଠାଇଥିଲେ। ସେଠାରେ ହୁଦୁ ସିଂଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…
ହୋଟେଲ୍ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…
ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ
କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…
ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ
ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

