ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ, ଅତିଥି, ଶିକ୍ଷୟିତ୍ରୀ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଯାଦବ ମାଝି ବାଳିକା ବିଦ୍ୟାଳୟରେ ଗୁରୁବାର ସ୍ବାଧୀନତା ଦିବସ ଓ ରକ୍ଷାବନ୍ଧନ ପାଳନ କରାଯାଇଛି। ବିଦ୍ୟାଳୟ ପୂର୍ବତନ ସମ୍ପାଦକ ତଥା ଜିଲା ଭାଜପା ସଭାପତି ଗୋବିନ୍ଦ କୁମାର ଜୈନ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ନଜରାନା ପରବିନ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ବ୍ଲକ ବିଜେଡି ସଭାପତି ଗୌରହରି ନାୟକ, ଖବରଦାତା ଦିଲୀପ ଦାସ, ଶ୍ୟାମଲାଲ ସାହୁ, ମଣ୍ଡଳ ସଭାପତି ଡମ୍ବରୁ ମାଝି, ପ୍ରତାପ ବାଘ ପ୍ରମୁଖ ଉପସ୍ଥିତ ଥିଲେ। ପତାକା ଉତ୍ତୋଳନ ପରେ ସ୍କୁଲ ପରିସରରେ ଥିବା ଗଛଗୁଡିକୁ ଛାତ୍ରୀ, ଶିକ୍ଷୟିତ୍ରୀ ଓ ଅତିଥିମାନେ ପୂଜା କରି ରାଖୀ ବାନ୍ଧିଥିଲେ। ସ୍କୁଲ ପରିବେଶକୁ ସବୁଜ ସୁନ୍ଦର ରଖିବା ପାଇଁ ଗଛରେ ରାଖୀ ବାନ୍ଧିଛୁ ବୋଲି ଛାତ୍ରୀମାନେ କହିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ ଲକ୍ଷ୍ମୀଧର ନାୟକ, ଦେବରାଜ ସାହୁ, ପ୍ରତିଭା ଖମାରୀ, ସୁଚିତ୍ରା ଶତପଥୀ, ତରଣୀ ସାହୁ, ଧରିତ୍ରୀ ସାହୁ ତପନ ପୂଜାରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri