ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତରିତ କରାଯାଇଛି। ସେ ହେଲେ କ୍ଷେତାପାଜୁର ଦ୍ୱିଜବର ମଲ୍ଲିକ। ମିଳିଥିବା ସୂଚନା ଅନୁସାରେ, ଦ୍ୱିଜବର ଶ୍ୟାମଘନ ମଲ୍ଲିକ ଏବଂ ରବୀନ୍ଦ୍ର ମଲ୍ଲିକ କାଠ ଆଣିବା ପାଇଁ ଜଙ୍ଗଲକୁ ଯାଇଥିଲେ। ସାଥୀରେ ଗୋଟିଏ କୁକୁର ନେଇଥିଲେ। ଜଙ୍ଗଲରେ କାଠ କାଟୁଥିବା ସମୟରେ ଏକ ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ଭାଲୁକୁ ଦେଖି ଶ୍ୟାମଘନ ଏବଂ ରବୀନ୍ଦ୍ର ଗଛ ଉପରକୁ ଚଢ଼ି ଯାଇଥିବାବେଳେ ଦ୍ୱିଜବର ଅଧା ଚଢ଼ିବା ଅବସ୍ଥାରେ ଭାଲୁ ତାଙ୍କ ଗୋଡ଼କୁ କାମୁଡି ଧରିଥିଲା ା କୁକୁର ଭୁକିବାରୁ ଭାଲୁ ଦ୍ୱିଜବରଙ୍କୁ ଛାଡ଼ି ଜଙ୍ଗଲ ମଧ୍ୟକୁ ଚାଲିଯାଇଥିଲା। ଆକ୍ରମଣରେ ଦ୍ୱିଜବରଙ୍କ ଡାହାଣ ଗୋଡ଼ ହାଡ଼ ଭାଙ୍ଗି ଯାଇଥିବାବେଳେ ଛାତିରେ ଗଭୀର ଆଘାତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରା ପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରା ପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri