ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏ ନେଇ ଏକ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନିଜ ତରଫରୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଅନ୍‌ଲାଇନ୍‌ ପୋର୍ଟାଲ୍‌ରେ ରେଜିଷ୍ଟେଶନ କରିବାକୁ ନେଇ ଧନ୍ୟବାଦ। ଅନ୍ୟ ବିଦେଶ ଫେରନ୍ତାମାନେ ମଧ୍ୟ ଏଭଳି ନିଜକୁ ପଞ୍ଜିକରଣ କରାଇ କରୋନା ମୁକାବିଲା ଦିଗରେ ସଚେତନ ହୁଅନ୍ତୁ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଗଜପତି ସପରିବାର ଆମେରିକା ଗସ୍ତ ସାରି ଗତ ୧୫ ତାରିଖରେ ଫେରିଥିଲେ। ମଙ୍ଗଳବାର ସରକାରଙ୍କ କୋଭିଡ୍‌-୧୯ ଅନ୍‌ଲାଇନ୍‌ ପୋର୍ଟାଲରେ ଗଜପତି ରେଜିଷ୍ଟ୍ରେଶନ କରିଥିଲେ। ରେଜିଷ୍ଟ୍ରେଶନ କରିବା ପରେ ସେ ସପରିବାର ନିଜ ଘରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଆଗାମୀ ୧୪ ଦିନ ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଘରେ ରହି ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସମସ୍ତ ଗାଇଡ୍‌ଲାଇନ୍‌ ପାଳନ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri