‘ଗଜ୍‌ନବୀ’ପରୀକ୍ଷା କଲା ପାକିସ୍ତାନ

ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଗଜ୍‌ନବୀ ନାମକ ଏହି ସ୍ବଳ୍ପ ଦୂରଗାମୀ ମିସାଇଲ୍‌ର ପରୀକ୍ଷଣକୁ ଭାରତ କିମ୍ବା ଅନ୍ତର୍ଜାତୀୟ ସମୁଦାୟ ଗୁରୁତ୍ୱ ଦେଇ ନ ଥିବାବେଳେ ପାକିସ୍ତାନୀ ସେନା ଓ ଶୀର୍ଷ ନେତୃବୃନ୍ଦ ଏହାକୁ ଏକ ବଡ଼ ସଫଳତା ବୋଲି ବିବେଚନା କରି ଆମତ୍ସନ୍ତୋଷ ଲାଭ କରିଛନ୍ତି। ଭାରତ ବିରୋଧୀ ଅପପ୍ରଚାରରେ ସବୁ ମଞ୍ଚରେ ବିଫଳ ହୋଇଥିବା ଇସ୍‌ଲାମାବାଦର ଏହି ପଦକ୍ଷେପ ପାକିସ୍ତାନୀମାନଙ୍କୁ ଖୁସି କରିବା ପାଇଁ ଉଦ୍ଦିଷ୍ଟ ବୋଲି କୁହାଯାଉଛି।

ଇସ୍‌ଲାମାବାଦ,୩୦-୮ (ଆଇଏଏନ୍‌ଏସ୍‌):ପାକିସ୍ତାନ ବୁଧବାର ରାତିରେ ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଗଜ୍‌ନବୀ’ର ସଫଳ ପରୀକ୍ଷା କରିଛି। ଇଣ୍ଟର ସର୍ଭିସେସ୍‌ ପବ୍ଲିକ୍‌ ରିଲେଶନ୍ସ (ଆଇଏସ୍‌ପିଆର୍‌)ର ମହାନିର୍ଦ୍ଦେଶକ ମେଜର ଜେନେରାଲ ଅସିଫ୍‌ ଗଫୁର ଏହି ସୂଚନା ଦେଇଛନ୍ତି। କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଥିବାବେଳେ ଏହା ବିଭିନ୍ନ ପ୍ରକାର ଯୁଦ୍ଧାସ୍ତ୍ର ବହନ କରିପାରିବ।
ଗତ ମେ ମାସରେ ପାକ୍‌ ସେନା ଶାହିନ୍‌-୨ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଥିଲା, ଯାହାର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର ରହିଛି। ଏହି କ୍ଷେପଣାସ୍ତ୍ର ଉଭୟ ପାରମ୍ପରିକ ଓ ଆଣବିକ ଅସ୍ତ୍ର ବହନ କରିପାରିବ। ଏହା ପୂର୍ବରୁ ମାର୍ଚ୍ଚରେ ପାକ୍‌ ବାୟୁସେନା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ସ୍ମାର୍ଟ ଓ୍ବିପନ୍‌’ଜେଏଫ୍‌-୧୭ ଯୁଦ୍ଧବିମାନରୁ ପରୀକ୍ଷା କରିଥିଲା। ଜାନୁୟାରୀରେ ମଧ୍ୟ ପାକିସ୍ତାନ ନୂତନ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ନସ୍‌ର’ ପରୀକ୍ଷା କରିଥିଲା।
ରାତିରେ ପରୀକ୍ଷା କରାଯାଇଥିବା ଗଜନବୀର ଏକ ଭିଡିଓ ଟୁଇଟରରେ ଶେୟାର କରିଛନ୍ତି ଗଫୁର। ବିଶେଷଜ୍ଞଙ୍କ କହିବା ଅନୁଯାୟୀ ଗଜନ୍‌ବୀ ହେଉଛି ସ୍କଡ୍‌ ପ୍ରଜାତି ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ବିକଶିତ ରୂପ। ଏହା ପାରମ୍ପରିକ, ଅତ୍ୟଧିକ ବିସ୍ଫୋରକ (ଏଚ୍‌ଇ) ଏବଂ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା ରଖିଛି। ଗଜ୍‌ନବୀର ସଫଳ ପରୀକ୍ଷାକୁ ନେଇ ତିନିବାହିନୀର ମୁଖ୍ୟ ଏବଂ ଷ୍ଟାଫ୍‌ କମିଟି ଯୁଗ୍ମ ମୁଖ୍ୟମାନଙ୍କ ଅଧ୍ୟକ୍ଷ ବିଶେଷଜ୍ଞ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଅରିଫ୍‌ ଅଲଓ୍ବି ଏବଂ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଉକ୍ତ ଟିମ୍‌କୁ ପ୍ରଶଂସା କରିଛନ୍ତି। ପାକିସ୍ତାନ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ ପୂର୍ବରୁ ଭାରତକୁ ଅବଗତ କରାଇଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ୍‌ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri