ଗଞ୍ଜାମକୁ ୨ଟି ବସ୍‌ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍‌ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍‌ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ ରାତିରେ ସୁରତରୁ ୬୩ ଜଣ ପ୍ରବାସୀ ଓଡିଆ ଆସିଛନ୍ତି। ଏମାନଙ୍କୁ ବ୍ଲକର ବଡ଼ମାଧପୁର ପଞ୍ଚାୟତ ଅଧିନ ଧୀରେଶ୍ୱର ବିଦ୍ୟାପୀଠ ସ୍କୁଲରେ କରାଯାଇଥିବା ଅସ୍ଥାୟୀ କ୍ବାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି । ଏହି ୬୩ ଜଣଙ୍କ ମଧ୍ୟରୁ ୪୦ ଜଣ କେବଳ ଛତ୍ରପୁର ବ୍ଲକ ବଡମାଧପୁର ପଞ୍ଚାୟତର ହୋଇଥିବା ବେଳେ ୨୩ ଜଣ ଅନ୍ୟ ବ୍ଲକର ବୋଲି ଜଣାପଡିଛି । ଏମାନଙ୍କୁ ପ୍ରଥମେ ଅସ୍ଥାୟୀ କ୍ବାରାଣ୍ଟାଇନ କେନ୍ଦ୍ରକୁ ପୁଲିସ ଏସ୍କର୍ଟ ମାଧ୍ୟମରେ ଅଣାଯାଇଥିଲା। ଏହାପରେ ଜନସ୍ବାସ୍ଥ୍ୟ ଅଧିକାରୀ ବରୁଣ ପାଣିଗ୍ରାହୀଙ୍କ ନେତୃତ୍ୱରେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସାମାନ୍ୟ ଜ୍ବର ରହିଥିବା ମେଡିକାଲ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ସ୍ବାବ ବ୍ରହ୍ମପୁରକୁ ଟେଷ୍ଟ ପାଇଁ ପଠାଯାଇଛି । ଏହି ସୁରତ ଫେରନ୍ତା ପ୍ରବାସୀମାନେ ୩୦ ତାରିଖରେ ସୁରତର ଡାଇମଣ୍ଡ ଅଞ୍ଚଳରୁ ଆସିଛନ୍ତି । ସେହିପରି ରବିବାର ଭୋର ୪ଟା ବେଳେ ସୁରଟରୁ ଆଉ ଏକ ବସ୍‌ରେ ୭୨ ଜଣ ଛତ୍ରପୁର ଆସି ପହଞ୍ଚିଛନ୍ତି। ଏମାନଙ୍କୁ ଚିକଲଖଣ୍ଡି ପଞ୍ଚାୟତର ଜିଲା ପଞ୍ଚାୟତ ସାଧନ କେନ୍ଦ୍ର କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଏହି କେନ୍ଦ୍ରରେ ଏମାନେ ୧୪ ଦିନ ରହିବେ। ଏମାନଙ୍କ ପ୍ରତ୍ୟେକ ଦିନ ହାଜିରା ନିଆଯିବା ସହ ଦିନକୁ ଦୁଇଥର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri