ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍‌ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗଞ୍ଜାମ-ଆନ୍ଧ୍ର ସୀମାନ୍ତ ବଳରାମପୁର ଠାରେ ଚେକ୍‌ଗେଟ କରାଯାଇ ଯାଞ୍ଚ କରାଯାଉଛି। ଏଥିସହ ୧୬ ନଂ. ଜାତୀୟ ରାଜପଥ ଗୁରାପଲ୍ଲୀ ଚେକ୍‌ଗେଟ ଠାରେ ପୋଲିସ ତନଖି ଫାଟକ ଖୋଲାଯାଇଛି। ଭୁବନେଶ୍ବରରୁ ଗଞ୍ଜାମ ଆସୁଥିବା ଯାନବାହନ ଗୁଡିକର ନମ୍ବର, ଯାତ୍ରୀଙ୍କ ସଂଖ୍ୟା, ଯାତ୍ରାର ଉଦ୍ଦେଶ୍ୟ ଏବଂ ମୋବାଇଲ ନମ୍ବର ପଞ୍ଜିକରଣ କରାଯାଉଛି। ସେହିପରି ଗଞ୍ଜାମରୁ ଭୁବନେଶ୍ବର ଯାଉଥିବା ଯାନଗୁଡିକର ମଧ୍ୟ ଅନୁରୂପ ପଞ୍ଜିକୃତ ହେଉଛି। ବିଶେଷକରି ଭୁବନେଶ୍ବରରୁ ଆସୁଥିବା ଯାତ୍ରୀଙ୍କ ଦ୍ବାରା କରୋନା ଗଞ୍ଜାମରେ ପ୍ରବେଶ କରିବା ସମ୍ଭାବନା ଥିବାରୁ ଏହାକୁ ଅଧିକ ସମ୍ବେଦନଶୀଳ ତନଖି ଫାଟକ ଭାବରେ ବିବେଚନା କରାଯାଉଛି। ସେହିପରି ଗଞ୍ଜାମ-ପୁରୀ ଜିଲା ସୀମାରେ ମଧ୍ୟ ଯାଞ୍ଚ କରାଯାଉଛି। ଏହି ଚେକ୍‌ଗେଟ ମାନଙ୍କରେ ସିସି କ୍ୟାମେରା ଲଗାଯିବା ସହ ୨୪ ଘଣ୍ଟିଆ ମନିଟରିଂ ହେଉଛି। ଜିଲାପାଳଙ୍କ ଦ୍ୱାରା ଗଠିତ ମଲ୍ଟି ଡିସିପ୍ଲିନାରୀ ସ୍କ୍ବାର୍ଡ ଏହା ଉପରେ ନଜର ରଖିବା ସହ ପଦକ୍ଷେପ ନେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri