ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୮: ବଢୁଛି ଆରୋଗ୍ୟ ହାର

ବ୍ରହ୍ମପୁର ଅଫିସ,୨୯ା୫-ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ଜିଲାରେ ୪ ନୂତନ ସଂକ୍ରମିତଙ୍କୁ ନେଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବା ବେଳେ ୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୯୩ ଜଣ ଜିଲାର ବିଭିନ୍ନ କୋଭିଡ଼ -୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ଆରୋଗ୍ୟ ହାର କମୁଥିବା ବେଳେ ଅନ୍ୟପଟେ ଦିନକୁ ଦିନ ନୂତନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୪୦୦ ଟପିବାକୁ ଯାଉଛି। ରାଜ୍ୟରେ ଏଯାବତ ମୋଟ ୧୭୨୩ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ଗଞ୍ଜାମ ଜିଲା ପ୍ରଥମ (୩୯୮) ସ୍ଥାନରେ ରହିଥିବା ବେଳେ ଯାଜପୁର ଦ୍ୱିିତୀୟ (୨୫୬) ଓ ବାଲେଶ୍ୱର ତୃତୀୟ (୧୪୨) ସ୍ଥାନରେ ରହିଛି। ଗଞ୍ଜାମ ଜିଲାରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଆଶା ଓ ଅନ୍ୟ ସ୍ବାସ୍ଥ୍ୟ କର୍ମୀମାନେ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟର ଯତ୍ନ ନେଉଛନ୍ତି। ସୂଚନାଯୋଗ୍ୟ, କରୋନା ଆକ୍ରାନ୍ତଙ୍କୁ ଏବେ ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲ, ପିଏମଇସି କୋଭିଡ ହେଲଥ ସେଣ୍ଟର ଓ ହିଞ୍ଜିଳିକାଟୁ କୋଭିଡ ହେଲଥ ସେଣ୍ଟରରେ ରଖି ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri