ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ପରିସରରେ ଥିବା ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରଠାରେ ବୁଧବାର ସକାଳେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ର୍ରାହୀ ଏହାକୁ ଆରମ୍ଭ କରିଛନ୍ତି। ପୂର୍ବରୁ ଗର୍ଭବତୀ ଏବଂ ଶିଶୁମାନଙ୍କୁ ଟିଟାନସ୍‌ ଟକ୍ସିଡ୍‌(ଟିଟି) ଟିକା ଦିଆଯାଉଥିଲା । କିନ୍ତୁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ନ୍ୟାଶନାଲ୍‌ ଟେକ୍‌ନିକାଲ୍‌ ଆଡଭାଇଜରି ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ୍‌(ଏନ୍‌ଟିଏଜିଆଇ)ର ତରଫରୁ ଟିଟି ବଦଳରେ ଟିଡି ଟିକାର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଗର୍ଭବତୀଙ୍କୁ ୩ ଟି ପର୍ଯ୍ୟାୟ ଯଥା ଗର୍ଭାବସ୍ଥାର ପ୍ରାଥମିକ ଅବସ୍ଥାରେ, ଏହାର ଚାରି ସପ୍ତାହ ପରେ ଏବଂ ଯଦି ପୂର୍ବ ଗର୍ଭଧାରଣର ତିନି ବର୍ଷ ପରେ ପୁଣି ଗର୍ଭଧାରଣ କରନ୍ତି ତେବେ ଟିଡି ଟିକା ଦିଆଯିବ।
ସେହିଭଳି ୧୦ବର୍ଷ ଏବଂ ୧୬ ବର୍ଷରେ ପିଲାମାନଙ୍କୁ ମଧ୍ୟ ଏହି ଟିକା ପ୍ରଦାନ କରାଯିବ । ଗଞ୍ଜାମ ଜିଲାରେ ପ୍ରାୟ ୫୯ହଜାର ୩୬୮ ଗର୍ଭବତୀ, ୫୮ହଜାର ୩୪୨ଜଣ ୧୦ବର୍ଷୀୟ ଶିଶୁ ଏବଂ ୫୯ହଜାର ୫୦୩ ଜଣ ୧୬ବର୍ଷ ବୟସ୍କ ଏପରି ମୋଟ ୧ ଲକ୍ଷ ୭୭ହଜାର ୨୧୩ ଜଣଙ୍କୁ ଟିକା ପ୍ରଦାନ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପାଣିଗ୍ରାହୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?