ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ ମଧ୍ୟାନ୍ନ ସୁଦ୍ଧା ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ଅନ୍ୟପଟେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡାସ୍ଥିତ ସରକାରୀ ସଙ୍ଗରୋଧ କକ୍ଷରେ ଜଣେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବା ନେଇ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଦାବି କରିଛନ୍ତି । ଉକ୍ତ ବ୍ୟକ୍ତିଙ୍କର କାହିଁକି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ସେ ଦିଗରେ ନିରପେକ୍ଷ ତଦନ୍ତ ହେବା ଆବଶ୍ୟକ ବୋଲି ସେ କହିଛନ୍ତି । ସେହିପରି ମୃତକଙ୍କ ପରିବାରବର୍ଗଙ୍କୁ ସରକାର ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ସେ ପାଣିଗ୍ରାହୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?