ଗଞ୍ଜାମରେ ବୋମାମାଡ଼ ପୂର୍ବତନ ଏମ୍‌ପି ପ୍ରତିନିଧି, କାର୍‌ ଚାଳକ ଗୁରୁତର

ଗଞ୍ଜାମ,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଥାନା ସାନବଜାରଠାରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ଏଥିରେ ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ ଓ ତାଙ୍କ କାର ଚାଳକ ଗଣେଶ ବାରିକ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗଣେଶଙ୍କ ଘର କରଣ ସାହି ଏବଂ ସୁଧୀରଙ୍କ ସାନବଜାର। ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଖବର ପାଇ ଥାନା ଅଧିକାରୀ ସୁଦାମ ମଲିକ ଓ ଛତ୍ରପୁର ଏସ୍‌ଡିପିଓ ଉତ୍କଳ କେଶରୀ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଗଞ୍ଜାମ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗଣେଶ କାର ଚଳାଉଥିବାବେଳେ ସୁଧୀର ବସିଥିଲେ। ଦୁର୍ବୃତ୍ତମାନେ ବାଇକରେ ଆସି ହଠାତ୍‌ ବୋମାମାଡ଼ କରି ଖସି ପଳାଇଥିଲେ। ପ୍ରକାଶ ଯେ, ପୂର୍ବରୁ ମଧ୍ୟ ସୁଧୀରଙ୍କ ଉପରକୁ ଦୁଇଥର ଗୁଳିମାଡ ହୋଇଥିଲା। ମାତ୍ର ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଘଟଣା ଘଟିଥିବା ସ୍ଥାନରେ ଥିବା ସିସିଟିଭି ଫୁଟେଜକୁ ଏସ୍‌ପି ଯାଞ୍ଚ କରୁଥିବାବେଳେ ମାମଲାର ତଦନ୍ତ ଭାର ନେଇଛନ୍ତି ଏସଡିପିଓ। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ କହିଛନ୍ତି। ଅଞ୍ଚଳରେ ଏନେଇ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?