ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଥିଲା। ଖବରପାଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏ ନେଇ ବିଡ଼ିଓ ଅମ୍ବିକା ପ୍ରସାଦ ଦାଶ କହିଛନ୍ତି, କେତେଜଣ ସୁରଟ ଫେରନ୍ତା ଗାଡ଼ିରେ ଥିଲେ ଜାଣି ନାହିଁ। ତେବେ ପ୍ରବାସୀମାନଙ୍କୁ ନିଜ ନିଜ ବ୍ଲକର କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି।

ପ୍ରକାଶ ଯେ, ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତିରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସାନ ଆର୍ଯ୍ୟପଲ୍ଲୀ କ୍ୱାରାଣ୍ଟାଇନ ସେଣ୍ଟରକୁ ଏକ ବସ ଯୋଗେ ପଞ୍ଚାୟତର ୧୧ଜଣଙ୍କ ସମେତ ୩୨ଜଣ ସୁରତ ଫେରନ୍ତାଙ୍କୁ ଧରି ସେଠାରେ ରଖିବାକୁ ଅଣାଯାଇଥିଲା। ଖବରପାଇ କେତେକ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ। ଏହାପରେ ପ୍ରଶାସନ ସମସ୍ତ ସୁରତ ଫେରନ୍ତାଙ୍କୁ ସାଙ୍ଗରେ ଧରି ଫେରିବାକୁ ପଡିଥିଲା। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri