ଗଞ୍ଜାମରେ ସୁସ୍ଥ ହେଲେଣି ୩୫୪

ଛତ୍ରପୁର,୫ା୬(ଡି.ଏନ୍‌.ଏ.)- କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ ଯିବା, ଅନ୍ୟ ସଂସ୍ପର୍ଶରେ ନ ଆସିବା ଓ ଅନ୍ୟଠାରୁ ଦୂରତା ରକ୍ଷା କରିବା ସର୍ବଦା ମାସ୍କ ପିନ୍ଧିବା ସହ କୋଭିଡ୍‌ ନେଇ ଜାରି ଗାଇଡଲାଇନ୍‌ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରୁହ ଏବଂ ସୁରକ୍ଷିତ ରୁହ ବୋଲି ଜିଲାପାଳ କହିଛନ୍ତି। ଜିଲାରେ ଗୁରୁବାର ଆଉ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୧ରେ ପହଞ୍ଚିଛି। ଅନ୍ୟପକ୍ଷରେ ଜିଲାରେ ଗୁରୁବାର ୧୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୬୪ ସକ୍ରିୟ ପଜିଟିଭ ଥିବା ସୂଚନା ମିଳିଛି। ସେପଟେ କରୋନା ମୁକାବିଲା ପାଇଁ ପଞ୍ଚାୟତସ୍ତରରେ ଆମ ସ୍ବାସ୍ଥ୍ୟ, ଆମ ଦାୟିତ୍ୱ ତାଲିମ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ଓ ବ୍ଲକସ୍ତରରେ ଏହି ତାଲିମ ଦିଆଯାଇଛି। ମାଷ୍ଟର ଟ୍ରେନରମାନେ ପଞ୍ଚାୟତ ସ୍ତରରେ କରୋନା କ’ଣ ଓ କିପରି ମୁକାବିଲା କରାଯିବ ସେ ସମ୍ପର୍କରେ ତାଲିମ ଦେଉଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ମହିଳା ସଂଘ ସଦସ୍ୟା ଓ ସ୍ବେଚ୍ଛାସେବୀଙ୍କୁ ଏହି ତାଲିମ ଦିଆଯିବ। ସେମାନେ ଜନସାଧାରଣଙ୍କୁ ଏ ସମ୍ପର୍କରେ ସଚେତନ କରିବେ ବୋଲି ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?