ଗଞ୍ଜାମରେ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୩.୫ ଲକ୍ଷ ପରିବାରଙ୍କ ପାଖରେ ପହଞ୍ଚିବ ଟିମ୍‌

ଛତ୍ରପୁର, ୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂ ଫେଜ୍‌ -୨ ଆରମ୍ଭ ହୋଇଛି। ଜିଲାରେ ଥିବା ସାଢ଼େ ୩ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରର ସମସ୍ତ ସଦସ୍ୟଙ୍କ କରୋନା ଲକ୍ଷଣ ଅଛି କି ନାହିଁ ତାହାର ଥର୍ମାଲ ସ୍କ୍ରିନିଂ ଚାଲିଥିବା ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟକରି ସୂଚନା ଦେଇଛନ୍ତି। ଉକ୍ତ ଟିମରେ ଆଶା କର୍ମୀ, ଅଙ୍ଗନବାଡି କର୍ମୀ, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ୪ ଜଣ ସଦସ୍ୟ ଅଛନ୍ତି ।
ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଗଞ୍ଜାମ ଜିଲା ଏହି ତାଲିକାରେ ୧ ନମ୍ବରରେ ରହିଛି। ଏ ନେଇ ପ୍ରଶାସନର ଚିନ୍ତା ବଢିଯାଇଛି। ଏପରିକି ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଅପରପକ୍ଷରେ ଜ଼ିଲାପାଳ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟର ଓ ହୋମ୍‌କ୍ୱାରାଣ୍ଟାଇନରେ ରହୁଛନ୍ତି। ଲକ୍ଷଣ ଦେଖାଦେଲେ କେହି ଲୁଚାନ୍ତୁ ନାହିଁ। ପ୍ରଶାସନକୁ ସହଯୋଗ କରିବାକୁ ଜନସାଧାରଣଙ୍କୁ ଜ଼ିଲାପାଳ ଅନୁରୋଧ କରିଛନ୍ତି। ପୂର୍ବରୁ ମଧ୍ୟ ଜିଲାରେ ଘରକୁ ଘର ଯାଇ ୩.୫ ଲକ୍ଷ ପରିବାରଙ୍କ ନିକଟରେ ପହଞ୍ଚି ସମସ୍ତଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା ବୋଲି ଜ଼ିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri