ଗଞ୍ଜାମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ପ୍ରବାସୀ: ନିୟମିତ ସ୍ବାସ୍ଥ୍ୟାବସ୍ଥା ମନିଟରିଂ କରୁଛି ଟିମ୍‌

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମକୁ ଫେରୁଛନ୍ତି। ଜି଼ିଲାରେ ବହୁ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ନିରୀକ୍ଷଣ ପାଇଁ ଗଠିତ ଟିମ ସେମାନଙ୍କ ଘରକୁ ଯାଇ ନିୟମିତ ମନିଟରିଂ କରୁଛି। ଏହା ଏକ ଗୁରୁତ୍ୱପୂର୍ଣ କାର୍ଯ୍ୟ। ଏହାଦ୍ୱାରା କରୋନା ଚେନକୁ ଭାଙ୍ଗିପାରିବ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି। ଏହି ଟିମ୍‌ରେ ସ୍ଥାନୀୟ ଏଏନ୍‌ଏମ୍‌, ଅଙ୍ଗନବାଡି କର୍ମୀ, ଆଶା କର୍ମୀ ରହିଛନ୍ତି। ଏହି ଟିମ୍‌ର ରିପୋର୍ଟକୁ ଆଧାର କରି ଡାକ୍ତର ତାଙ୍କ ଘରେ ପହଞ୍ଚି ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି। ଆବଶ୍ୟକ ହେଲେ କୋଭିଡ ଆମ୍ବୁଲାନ୍ସରେ ତାଙ୍କୁ ହସ୍ପିଟାଲକୁ ନିଆଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri