ଗଞ୍ଜାମରେ ହେବ ନାହିଁ ମେରୁଯାତ୍ରା: ଜିଲାପାଳ

ଛତ୍ରପୁର, ୧୨।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ହେବାକୁ ଥିବା ମେରୁ ଯାତ୍ରା ହେବ ନାହିଁ। ଏନେଇ ରବିବାର ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ଏହି ଅବସରରେ ମେରୁ ଯାତ୍ରାକୁ ନେଇ ସେ ଗଞ୍ଜାମବାସୀଙ୍କୁ ଜ଼ିଲାପାଳ ଶୁଭେଚ୍ଛା ଜଣାଇଛନ୍ତି।

ଜିଲାପାଳ କହିଛନ୍ତି, କେହି ଏହି ଯାତ୍ରା ପାଇଁ ଘରୁ ବାହାରିବେ ନାହିଁ। କରୋନା ମହାମାରୀ ରୋକିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଜରୁରୀ। ସୁରକ୍ଷିତ ରହିବା ପାଇଁ ହେଲେ ସଂକ୍ରମଣ ଚେନ୍‌କୁ ଭାଙ୍ଗିବାକୁ ପଡ଼ିବ। ଏଥିପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ପାଇଁ ମନ୍ଦିର ଖୋଲାଯିବ ନାହିଁ। କେବଳ ପୂଜକ ମନ୍ଦିରକୁ ଯାଇ ପୂଜା କରିବେ। ପୂର୍ବରୁ ମଧ୍ୟ କରୋନାପାଇଁ ମା ତାରାତାରିଣୀଙ୍କ ଯାତ୍ରା ଓ ଦଣ୍ଡ ଯାତ୍ରାକୁ ବନ୍ଦ କରାଯାଇଥିଲା। ଲକ୍‌ ଡାଉନ୍‌କୁ ଗଞ୍ଜାମବାସୀ ପାଳନ କରନ୍ତୁ। ଏହାକୁ କେହି ଭାଙ୍ଗିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri