ଗଞ୍ଜାମ ଜିଲାପାଳଙ୍କ ନିଆରା ପଦକ୍ଷେପ: ତାରାତାରିଣୀଙ୍କ ଚୈତ୍ର ଯାତ୍ରାରେ ମା’ଙ୍କୁ ମାଗଣା ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୨।୨(ଡି.ଏନ୍‌.ଏ.): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ ତାରିଖଠାରୁ ଆରମ୍ଭ ହେବ। ଶନିବାର ଯାତ୍ରାର ସୁପରିଚାଳନା ଲାଗି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମା’ଙ୍କ ପୀଠକୁ ଯାଇ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା କରଛନ୍ତି। ଯାତ୍ରାରେ ଭକ୍ତ ଓ ମୁଣ୍ଡନ ଲାଗି ଆସୁଥିବା ଶିଶୁ ଏବଂ ମହିଳାଙ୍କ ସୁବିଧା ଲାଗି ବିଭିନ୍ନ ଯୋଜନା କରିଛନ୍ତି । ଏହି ସମୟରେ ଜିଲାପାଳ ଏକ ନିଆରା ପଦକ୍ଷେପ ନେଇ କହିଛନ୍ତି, କିଏ କ’ଣ କାହା ମା’ଙ୍କୁ ଟଙ୍କା ଦେଇ ଦେଖେ। ଭକ୍ତମାନେ ହେଉଛନ୍ତି ମା’ଙ୍କ ସନ୍ତାନ। ତେଣୁ ଯାତ୍ରା ସମୟରେ ମା’ଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତ ଏଣିକି ମାଗଣାରେ ଦର୍ଶନ କରିବେ, ଯାହାକି ଦୀର୍ଘ ଦିନରୁ ଦର୍ଶନ ବାବଦ ଟିକେଟ ମାତ୍ର ୨ ଟଙ୍କା ରହିଥିବା ବେଳେ ଚଳିତବର୍ଷ ଆଉ ଭକ୍ତଙ୍କୁ ଦର୍ଶନ ପାଉଣା ଦବାକୁ ପଡିବ ନାହିଁ । ମାତ୍ର ସ୍ବତନ୍ତ୍ର ଦର୍ଶନ ବାବଦରେ ରହିଥିବା ଟିକେଟ ମୂଲ୍ୟ ୫୦ ଟଙ୍କା ବଦଳରେ ଶହେ ଟଙ୍କା ଲେଖାଏଁ କରିବା ଲାଗି ଏକ ପ୍ରକାର ନିଷ୍ପତ୍ତି ନିଆଯାଇଛି। ଏପରିକି ଦୂରଦୂରାନ୍ତରୁ ଶିଶୁଙ୍କୁ ନେଇ ଆସୁଥିବା ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି ସ୍ବତନ୍ତ୍ର ଟିକେଟ ଛତ୍ରପୁର ଓ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ରିମ ବିକ୍ରି ଲାଗି ଲକ୍ଷ୍ୟ ରଖାଯାଇଥିବା ବିଷୟରେ ଆଗାମୀ ବୈଠକରେ ଜଣାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ମନ୍ଦିର ପାହାଡ଼ ଉପର କାର୍ଯ୍ୟ ଚାଲିଥିବା ବେଳେ ପରିସର ସଂକୀର୍ଣ୍ଣ ରହିଥିବା ହେତୁ ଶିଶୁଙ୍କ ମୁଣ୍ଡନ ଚଳିତ ଯାତ୍ରାରେ ପାହାଡ ତଳେ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri