ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍‌ଆଇ

ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ମହିଳାଙ୍କ ଠାରୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କାବୁ କରିଥିଲା। ବ୍ରହ୍ମପୁର ଭିଜିଲାନ୍ସ ଏଏସ୍‌ପି ଶାନ୍ତନୁ କୁମାର ପାଢ଼ୀଙ୍କ ସୂଚନାନୁଯାୟୀ, ତିତ୍‌ଲି ବାତ୍ୟାରେ ପାକଲବାଡ଼ି ଆମ୍ବକୋଣ ଗ୍ରାମର ନକୁଳ ମଲିକ ଭୂତପଙ୍କଳ ନିକଟରେ ବନ୍ୟାଜଳରେ ଭାସିଯାଇ ମୃତ୍ୟୁବରଣ କରିଥିଲେ। ସ୍ତ୍ରୀ ଦୁଃଖୀ ମଲିକଙ୍କୁ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ମିଳିଥିଲା। ଏନେଇ ୪୦ହଜାର ଟଙ୍କା ଦେବାକୁ ଆର୍‌ଆଇ ମଲିକ ଦାବି କରିଥିଲେ। କିନ୍ତୁ ଦୁଃଖୀ ଦେଇ ନ ଥିଲେ।
କିଛିଦିନ ପରେ ସେ ଭୂମିହୀନ ପଟ୍ଟା ପାଇଁ ତହସିଲଦାରଙ୍କୁ ଆବେଦନ କରିଥିଲେ। ତହସିଲଦାର ଆର୍‌ଆଇ ମଲିକଙ୍କୁ ଦୁଃଖୀଙ୍କ ସମ୍ପର୍କରେ ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆର୍‌ଆଇ ମଲିକ ଏଥିପାଇଁ ୪୦ ହଜାର ଟଙ୍କା ଦୁଃଖୀଙ୍କୁ ମାଗିଥିଲେ। ତେବେ ଦୁଃଖୀ ବୁଧବାର ବ୍ରହ୍ମପୁର ଭିଜିଲାନ୍ସରେ ଜଣାଇଥିଲେ। ଗୁରୁବାର ଏଏସ୍‌ପି ପାଢୀଙ୍କ ନେତୃତ୍ୱରେ ଇନ୍ସପେକ୍ଟର କ୍ରିଷ୍ଣା କୁମାରୀ ପ୍ରଧାନ, ରାଜେନ୍ଦ୍ର କୁମାର ନାୟକ, ନିର୍ମଳ ନାୟକଙ୍କ ସମେତ ଏକ ଟିମ ଅସୁରବନ୍ଧ ଆର୍‌ଆଇ କାର୍ଯ୍ୟାଳୟ ନିକଟରେ ଛପି ରହିଥିଲେ। ଦୁଃଖୀ ରାଜସ୍ବ ନିରୀକ୍ଷକ ମଲିକଙ୍କୁ ଟଙ୍କା ଦେବାବେଳେ ଭିଜିଲାନ୍ସ ଟିମ୍‌ ଚଢାଉ କରି କେମିକାଲ ବୋଳା ଟଙ୍କା ତାଙ୍କଠାରୁ ଜବତ କରିଥିଲେ। ତାଙ୍କ ହାତ ଧୂଆ ଯିବାପରେ ରଙ୍ଗ ବାହାରିଥିଲା। ପରେ ତାଙ୍କ ଭଞ୍ଜନଗରସ୍ଥିତ ବାସଭବନରେ ମଧ୍ୟ ଚଢ଼ାଉ କରାଯାଇଥିଲା। ରାଜସ୍ବ ନିରୀକ୍ଷଙ୍କୁ ଅସୁରବନ୍ଧରୁ ସୋରଡ଼ା ତହସିଲ କାର୍ଯ୍ୟାଳୟକୁ ଅଣାଯାଇଥିଲା। ତହସିଲଦାରଙ୍କ ସହ ଆଲୋଚନା ପରେ ତାଙ୍କୁ ବ୍ରହ୍ମପୁର ନିଆଯାଇଛି। ରାଜସ୍ବ ନିରୀକ୍ଷକଙ୍କ ଏକ କାରକୁ ମଧ୍ୟ ଭିଜିଲାନ୍ସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri