ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଉଛି ା ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ିଚାଳକଙ୍କଠାରୁ ଆର୍‌ଟିଓ କାର୍ଯ୍ୟାଳୟର ଅଧିକାରୀ ଓ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଏଥିସହ ସମ୍ପୃକ୍ତ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ପୋଲିସ ସୁପାରିସ କରୁଛି ା ପରେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଉଛି। ସେହିପରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସିଧାସଳଖ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଉଛି ା ଛତ୍ରପୁରସ୍ଥିତ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଜୟ ବିଶ୍ୱାଳଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ମେ ମାସ ସୁଦ୍ଧା ୯୦୫ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଗଲାଣି। ଜାନୁୟାରୀରେ ୧୪୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ବେଳେ ଫେବୃୟାରୀରେ ୨୩୩, ମାର୍ଚ୍ଚରେ ୨୧୮, ଏପ୍ରିଲରେ ୧୨୮ ଏବଂ ମେ ମାସରେ ୧୭୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରବ୍ଦ ହୋଇଛି। ଜିଲାର ଦୁଇ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୬୧୮ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ସୁପାରିସ କରାଯାଇଥିଲା ା ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ ଉକ୍ତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିଛନ୍ତି। ସେହିପରି ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ ନିଜ ଆଡ଼ୁ ୨୮୭ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସକୁ ରଦ୍ଦ
କରିଥିବା ସୂଚନା ଦିଆଯାଇଛି ା
ପୋଲିସ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଯାଞ୍ଚ ବେଳେ ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇବା ନେଇ ଚଳିତବର୍ଷ ଏପ୍ରିଲ ମାସ ସୁଦ୍ଧା ୩୨ ହଜାର ୬୧୯ ଜଣଙ୍କଠାରୁ ଜରିମାନା ବାବଦରେ ୩୯,୪୬,୯୫୦ ଟଙ୍କା ଆଦାୟ କରାଯାଇଛି ା ସେହିପରି ସିଟ୍‌ ବେଲ୍ଟ ନ ପିନ୍ଧି ଗାଡି ଚଳାଉଥିବା ନେଇ ୪୬୮ ଜଣଙ୍କଠାରୁ ଜରିମାନା ଆଦାୟ ହୋଇଛି ା ଚଳିତବର୍ଷ ମେ ସୁଦ୍ଧା ୧୧୩୦ ଗାଡିର ଯାଞ୍ଚ କରାଯାଇଥିଲା। ସେଥିରୁ ୧୮୧ ଗାଡିର ବୀମା ପ୍ରମାଣପତ୍ର ନ ଥିବାରୁ ସେମାନଙ୍କ ଠାରୁ ୮୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri