ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର

ଛତ୍ରପୁର,୧୬ା୫(ଡି.ଏନ.ଏ)-ରାଜ୍ୟରେ ଫନୀ ବାତ୍ୟା ବିପନ୍ନଙ୍କୁ ବିଭିନ୍ନ ସହାୟତା ଯୋଗାଇଥିବାରୁ ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପ୍ରଂଶସାପତ୍ର ମିଳିଛି। ପୁରୀ ଜିଲାର ବାତ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନଠାରୁ ଆରମ୍ଭ କରି ସେଠାରେ ଚାଲିଥିବା ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ ଜିଲା ପ୍ରଶାସନ ସହାୟତା କରିଆସୁଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଅଧିକାରୀ ଓ କର୍ମଚାରୀ ଦେଇଥିବା ସହାୟତା ରାଶି ବାବଦରେ ଗଂଜାମ ଜିଲାପ୍ରଶାସନ ପକ୍ଷରୁ ଦୁଇଟି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୭୧ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩୦ ଲକ୍ଷ ଟଙ୍କାର ଚେକ୍‌ ଅତିରିିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ସେହିପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୩୯ ଲକ୍ଷ ଟଙ୍କାର ଚେକ୍‌ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଦେବବ୍ରତ ସାହୁ ଓ ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ। ଗଞ୍ଜାମ ତହସିଲ କାର୍ଯ୍ୟାଳୟର କର୍ମଚାରୀ ମାନଙ୍କର ୨ ଲକ୍ଷ ଟଙ୍କାର ଚେକ୍‌ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପୁରୀ ଜିଲାକୁ ୧୭ଟି ଟ୍ରକ୍‌ରେ ରିଲିଫ୍‌ ପଠାଗଲାଣି। ୫୦ ହଜାର ଛତୁଆ ପ୍ୟାକେଟ୍‌ ପୁରୀ ଜିଲାର ଅଙ୍ଗନୱାଡି କେନ୍ଦ୍ରକୁ ପଠାଯାଇଛି। ସ୍ବାସ୍ଥ୍ୟ ବିଭାଗର ଟିମ୍‌ ପୁରୀ ଜିଲାର ବିଭିନ୍ନ ସ୍ଥାନରେ ରହି ବିପନ୍ନଙ୍କୁ ସହାୟତା ଯୋଗାଉଥିବାରୁ ଉକ୍ତ ଟିମ୍‌କୁ ଜିଲାପାଳ କୁଲାଙ୍ଗେ ପ୍ରଶଂସା କରିଛନ୍ତି। ସାଉଥକୋର ଟିମ୍‌, ରାସ୍ତା ଓ କୋଠାବାଡି ବିଭାଗର ଟିମ୍‌ ଓ ଗ୍ରାମ୍ୟ ଜଳଯୋଗାଣ ବିଭାଗର ଟିମ୍‌ ପୁରୀ ଜିଲାରେ ରହି ବିଭିନ୍ନ ସ୍ଥାନରେ ପୁନୁରୁଦ୍ଧାର କାମରେ ଲାଗିଛନ୍ତି।  ପୁରୀ ସହରରେ ସଫେଇ କାର୍ଯ୍ୟରେ ବିଏମସି କର୍ମଚାରୀ ନିୟୋଜିତ ହୋଇଛନ୍ତି।  ୨ ଆଇଏଏସ ଅଫିସର ତଥା ଡିଆରଡିଏ ପିଡି ଇଂ ସିିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ ଓ ବ୍ରହ୍ମପୁର ମହାନଗର ନିଗମର କମିଶନର ଚକ୍ରବର୍ତୀ ସିଂ ରାଠୋର ପୁରୀ ଜିଲାରେ ରହି ପୁନରୁଦ୍ଧାର କାର୍ଯ୍ୟ ଓ ରିଲିଫ୍‌ ବଣ୍ଟନର ମନିଟରିଂ କରିଛନ୍ତି।  ଜନସାଧାରଣ ଓ ଘରୋଇ ସଂସ୍ଥା ମଧ୍ୟ ବାତ୍ୟା ବିପନ୍ନଙ୍କ ପାଇଁ ସହାୟତା ଦେବାକୁ ଜିଲାପାଳ ଗଣମାଧ୍ୟମ  ଓ ସୋସିଆଲ ମିଡିଆ ଜରିଆରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri