ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ ଅବକାରୀ ବିଭାଗର ଅଖିରେ ଧୁଳି ଦେଇ ନକଲି ନମ୍ବର ପ୍ଲେଟ ଲଗାଇ ଭିଆଇପି ଗାଡିରେ ଚାଲାଣ କରୁଛନ୍ତି। ଗୁରୁବାର ସୁବର୍ଣ୍ଣପୁର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା କଲରାକୋଠ ଗ୍ରାମର ଦୁର୍ଗାପ୍ରସାଦ ଖଟୁଆ(୧୯)ଙ୍କୁ ଗିରଫ କରାଯାଇଛି। ତେବେ ଏସକର୍ଟ ଗାଡି ଓ ଛତିଶଗଡର ଗଞ୍ଜେଇ ବ୍ୟବସାୟୀ ଫେରାର ହୋଇ ଯାଇଛନ୍ତି। ପ୍ରକାଶ ଯେ, ଏକ ହୋଣ୍ଡା ସିଟି କାରରେ ଗଞ୍ଜେଇ ଚାଲାଣ ହେଉଥିବା ସୁବର୍ଣ୍ଣପୁର ଅବକାରୀ ଅଧିକ୍ଷକ ସାମୁଏଲ ଏକ୍କାଙ୍କୁ ସୂଚନା ମିଳିଥିଲା। ଅବକାରୀ ବିଭାଗ ଟିମ୍‌ ସୋନପୁର-ବିନିକା ରାସ୍ତାର କଳାପଥର ଛକରୁ କାର ନକଲି ନଂ ଓଡି୩୧ସି-୦୦୦୯କୁ ପିଛା କରିଥିଲା। ଡ୍ରାଇଭର ଭାରସାମ୍ୟ ହରାଇବାରୁ ସଂସାମୁରା ଛକ ନିକଟରେ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ କାର ଡ୍ରାଇଭର ଫେରାର ହୋଇ ଯାଇଥିଲେ। କାର ଓ ୧୦୫ଟି ପ୍ୟାକେଟ୍‌ରେ ଥିବା ୧ କୁଇଣ୍ଟାଲ ଗଞ୍ଜେଇକୁ ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ତେବେ କାରରେ ଓଡିଶାର ନକଲି ନମ୍ବର ପ୍ଲେଟ ଲାଗିଥିଲା। ଭିତରେ ଅସଲି ନମ୍ବର ପ୍ଲେଟ୍‌ ୟୁପି ୮୦ବିଏଫ-୦୮୧୦ ଯାଇଥିବା ତଦନ୍ତରୁ ଜଣାପଡିଛି। ଶୁକ୍ରବାର ଅଭିଯୁକ୍ତ ଦୁର୍ଗାପ୍ରସାଦଙ୍କୁ କୋର୍ଟ ଚାଲାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri