ଗଞ୍ଜେଇ ମାଫିଆଙ୍କ ଅଭିନବ ଉପାୟ : କଦଳୀ ଟ୍ରକ୍‌ରୁ ୨.୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ବେପାରୀମାନେ ଏବେ ବେଶ୍‌ ସକ୍ରୀୟ। ଦିନକୁ ଦିନ ଅଭିନବ ଉପାୟ ଅବଲମ୍ବନ କରି କୋଟିକୋଟି ଟଙ୍କାର ଗଞ୍ଜେଇ ଚାଲାଣ କରୁଛନ୍ତି। କେତେବେଳେ କାର୍‌ ଡିକିରେ ତ’ ଆଉ କେତେବେଳେ କାର୍‌ର ସିଟ୍‌ ତଳେ ରଖି ଗୋଟେ ସ୍ଥାନରୁ ଅନ୍ୟତ୍ର ଚାଲାଣ କରୁଛନ୍ତି। ବୁଧବାର ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱରକୁ ଏକ କଦଳୀ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ଧରାପଡ଼ିଛି। ହାଇଦ୍ରାବାଦ୍‌ ଜୋନାଲ ୟୁନିଟର ରାଜସ୍ବ ବିଭାଗର ଅଧିକାରୀମାନେ ଉକ୍ତ ଟ୍ରକ୍‌ରୁ ପ୍ରାୟ ୧୬୩୮ କେଜି ଗଞ୍ଜେଇ ଜବତ କରିବା ସହ ଟ୍ରକ୍‌(ଓଡି ୦୨-ବିଡି-୪୧୫୫) ଜବତ କରିଛନ୍ତି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୨କୋଟି ୪୫ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଉକ୍ତ ଟ୍ରକକୁ ସୁରକ୍ଷା ଦେଉଥିବା ଏକ ଇଣ୍ଡିଗୋ କାର (ଓଡି୦୨-ୟୁ- ୭୧୨୩)କୁ ମଧ୍ୟ ଜବତ କରାଯିବାସହ ଏହି କାରବାର ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ମିଳିଥିବା ସୂଚନା ମୁତାବକ ଆନ୍ଧ୍ରପ୍ରଦେଶର ନରସିଂପାଟଣା ଅଞ୍ଚଳରେ ଏକ କଦଳୀ ବୋଝେଇ ଟ୍ରକ୍‌ରେ ବହୁମାତ୍ରାରେ ଗଞ୍ଜେଇ ଚାଲାଣ ହେଉଥିବା ଏବଂ ଏହାକୁ ଏକ ଏକ କାର୍‌ ସୁରକ୍ଷା ଦେଉଥିବା ସମ୍ପର୍କରେ ରାଜସ୍ବ ଗୋଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଉକ୍ତ ସୂଚନାକୁ ଆଧାର କରି ରାଜସ୍ବ ଗୋଇନ୍ଦା ଅଧିକାରୀମାନେ ବିଶାଖାପାଟଣା ଏନ୍‌ଏଡି ଜଙ୍କ୍‌ସନରେ ଉକ୍ତ ଟ୍ରକକୁ ଅଟକାଇ ଯାଞ୍ଚ କରିଥିଲେ। ଟ୍ରକରେ କଦଳୀ ଲଦା ହୋଇଥିବାବେଳ ତଳେ ଗଞ୍ଜେଇ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା। ଅଧିକାରୀମାନେ ଉକ୍ତ ୨ଟି ଗାଡିକୁ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଥିଲେ। ଟ୍ରକ୍‌ରୁ କଦଳୀ ବାହାର କରାଯିବା ପରେ ସେଥିରେ ୪୦ଟି ବସ୍ତାରେ ଥିବା ୮୦୦ ପ୍ୟାକେଟ ଗଞ୍ଜେଇକୁ ଜବତ କରାଯାଇଥିଲା। ଗିରଫ ଟ୍ରକ୍‌ ଡ୍ରାଇଭରଙ୍କୁ ପଚରାଉଚରା ପରେ ସେମାନେ ଅନେକ ତଥ୍ୟ ପ୍ରଦାନ କରିଛନ୍ତି। ତେବେ ଏହି କାରବାରରେ ଓଡ଼ିଶାର କାହାର ସମ୍ପୃକ୍ତି ଅଛି, ଏତେ ପରିମାଣର ଗଞ୍ଜେଇ କାହାକୁ ଦିଆଯାଇଥାନ୍ତା, ଏହି କାରବାରର ନେଟୱାର୍କ କେତେ ପର୍ଯ୍ୟନ୍ତ ଲମ୍ବିଛି ସେନେଇ ରାଜସ୍ବ ଗୁଇନ୍ଦା ବିଭାଗ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri