ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି। ସେହିପରି ମନ୍ଦିରର ସେବାୟତ,ରାଜପୁରୋହିତ ତଥା ବିଶିଷ୍ଟ ବ୍ୟକ୍ତିମାନଙ୍କ ପ୍ରସ୍ତାବକ୍ରମେ ସାମ୍ଭାବ୍ୟ କରୋନା ସଂକ୍ରମଣରୁ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ପାଇଁ ରଥଯାତ୍ରା ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ୭୨ଫୁଟ୍‌ ଉଚ୍ଚ ଶ୍ରୀ ଜୀଉଙ୍କ ନନ୍ଦୀଘୋଷ ରଥ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ବିଭିନ୍ନ ଜାତୀୟସ୍ତରୀୟ ସଂଗଠନମାନେ ଘୋଷଣା କରିବା ପରେ ଏହି ରଥଯାତ୍ରାର ଗୁରୁତ୍ୱ ବହୁ ଗୁଣା ବଢିଯାଇଛି। ଦୀର୍ଘଦିନ ଧରି ରଥଯାତ୍ରା ହେବା ନେଇ ଆଶା ଆଶଙ୍କାରେ ସମସ୍ତେ ରହିଥିଲେ। ଏଣୁ ରଥନିର୍ମାଣ କାର୍ଯ୍ୟ ପୂର୍ବ ବର୍ଷ ଭଳି ସାମାଜିକ ଦୂରତ୍ୱ ରକ୍ଷା କରାଯାଇ କରାଯାଇଥିଲା।
ଅପରପକ୍ଷେ ରଥଯାତ୍ରା ସମୟରେ ଶ୍ରୀଜୀଉଙ୍କ ଯଥାରୀତି ପୂଜାର୍ଚ୍ଚନା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିପରି ପାଳନ କରାଯିବ ସେ ନେଇ ସେବାୟତ, ବ୍ରାହ୍ମଣ ତଥା ବରିଷ୍ଠ ବ୍ୟକ୍ତିଙ୍କ ସହିତ ଆଲୋଚନା ପରେ ନିଷ୍ପତି ନିଆଯିବ ବୋଲି ଦେବୋତ୍ତର ବିଭାଗ ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, କେନ୍ଦୁଝରର ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ରାଜା ରାଜୁଡା ଅମଳରୁ ହୋଇଆସୁଛି। ଏହି ରଥଯାତ୍ରାରେ ବିଶେଷ କରି ଆଦିବାସୀ ପରମ୍ପରା ଅଧିକ ପରିଲକ୍ଷିତ ହୋଇଥାଏ। ଏପରିକି ଭୂୟାଁ ଜନଜାତିର ଲୋକ ମାନେ ରଥ ଟାଣିବା ପାଇଁ ଆବଶ୍ୟକ ସିଆଡି ଲତାରେ ଦଉଡି ପ୍ରସ୍ତୁତି ଆରମ୍ଭ କରିଦେଇଥିଲେ। ସେହିପରି ଅକ୍ଷୟ ତୃତୀୟା ଦିନଠାରୁ ପ୍ରଶାସନ ମଧ୍ୟ ରଥ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ନିତ କରି ପ୍ରାୟତଃ ଶେଷ କରିଦେଇଥିଲେ। ରଥଯାତ୍ରା ପୂର୍ବରୁ ହେବାକୁ ଥିବା ପାରମ୍ପରିକ ପୂଜାପାଠ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri