ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଯାଉ ବୋଲି ସୋମବାର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡ. ଦେବାଶିଷ ପଟ୍ଟନାୟକ ଓ ଲିନେଶ ଦାସ କହିଛନ୍ତି। ସେମାନେ ପୁଣି କହିଛନ୍ତି, ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରିପାରୁନାହିଁ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଜେଏନ୍‌ୟୁ ହଷ୍ଟେଲ ଭିତରେ ଅନ୍ତେବାସୀଙ୍କୁ ଆକ୍ରମଣ ଘଟଣାରୁ ଏହା ସ୍ପଷ୍ଟ ପ୍ରତୀୟମାନ ହେଉଛି। ଗଣତନ୍ତ୍ରରେ ଭିନ୍ନମତ ପୋଷଣ କରୁଥିବା  ବ୍ୟକ୍ତି ବିଶେଷଙ୍କ ଉପରେ ଏହା ସରକାରୀ ପ୍ରାୟୋଜିତ ଆକ୍ରମଣ ବୋଲି କଂଗ୍ରେସ ସିଧାସଳଖ ଆର୍‌ଏସ୍‌ଏସ୍‌ ଓ ଭାଜପାକୁ ଟାର୍ଗେଟ କରିଛି। ଜେଏନ୍‌ୟୁ ଘଟଣା ସାରା ଦେଶରେ ଛାତ୍ର ସମାଜ ଲାଗି ଏକ ଆହ୍ବାନ। ଗଣତନ୍ତ୍ରରେ ଭିନ୍ନମତ ରଖୁଥିବା ବ୍ୟକ୍ତିଙ୍କୁ ଗୁରୁତ୍ୱ ଦିଆଯାଇଥାଏ। ମାତ୍ର ମୋଦି ସରକାର ଏହାକୁ ଚପାଇ ଏକଚ୍ଛତ୍ରବାଦ ଶାସନ ଚଳାଇଛନ୍ତି। ଜାମିଆ-ଇସ୍‌ଲାମିଆ ଏବଂ ଜେଏନ୍‌ୟୁ ଘଟଣା ଏହାର ସ୍ପଷ୍ଟ ଉଦାହରଣ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri