ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ

ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ବସଷ୍ଟାଣ୍ଡସ୍ଥିତ ଗାନ୍ଧୀପାର୍କଠାରେ ଶନିବାର ସମ୍ବିଧାନ ବଞ୍ଚାଅ ଓ ଭାରତ ଯୋଡ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବୁଲ କାଲାମ ଆଜାଦ୍‌ ଓ କସ୍ତୁରବା ଗାନ୍ଧୀଙ୍କର ମହାପ୍ରୟାଣ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଭାରତଯୋଡ ମଞ୍ଚ ପକ୍ଷରୁ ଏହି ଗଣ ସମାବେଶ ଅନୁଷ୍ଠିତ ହୋଇଥିଲା। ବିଶିଷ୍ଟ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି, ବିଶିଷ୍ଟ କୃଷକ ନେତା ଲିଙ୍ଗରାଜ, ବାମପନ୍ଥୀ ବୁଦ୍ଧିଜୀବୀ ଏବଂ ସଙ୍ଗଠକ ସନ୍ତୋଷ ଦାସ, ଅଧ୍ୟାପକ କୁଳମଣି ଜେନା ପ୍ରମୁଖ ବିଶିଷ୍ଟ ଆଲୋଚକ ଭାବେ ଯୋଗଦେଇ ଭାରତବର୍ଷର ଧର୍ମ ନିରପେକ୍ଷ ସମନ୍ବୟୀ ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ ଦେଇଥିଲେ। ନାଗରିକତ୍ୱ ସଂଶୋଧନ ଆଇନ ଏବଂ ଜାତୀୟ ନାଗରିକ ପଞ୍ଜିକା ଆଦି ପ୍ରସଙ୍ଗକୁ ନେଇ ଦେଶର ବହୁ ଅଞ୍ଚଳରେ ଯେଉଁ ଆଶଙ୍କା ଓ କ୍ଷୋଭ ପ୍ରକାଶ ପାଉଛି, ତାହାର ପରିପ୍ରକାଶ ସମାବେଶର ମୁଖ୍ୟ ଆଲୋଚନାର ବିଷୟ ରହିଥିଲା। ଗାନ୍ଧୀ ଅଧ୍ୟୟନ କେନ୍ଦ୍ରର ସମ୍ପାଦକ ସମାଜବାଦୀ ନେତା ପ୍ରଶାନ୍ତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାବେଶରେ ନାଗରିକ ପଞ୍ଜିକା ଓ ନାଗରିକ ସଂଶୋଧନ ଆଇନ ବର୍ତ୍ତମାନ ତୀବ୍ର ଅସନ୍ତୋଷର କାରଣ ହୋଇଛି ବୋଲି ମତପ୍ରକାଶ ପାଇଥିଲା। ଏହାକୁ ତୁରନ୍ତ ପ୍ରତ୍ୟାହାର କରାଯାଇ ନାଗରିକମାନଙ୍କ ମଧ୍ୟରେ ବିଶ୍ୱାସ ଓ ଶାନ୍ତି ଫେରାଇ ଆଣିବା ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି ବୋଲି ଆଲୋଚକମାନେ କହିଥିଲେ। ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଡା. ତୁଷାରକାନ୍ତି ନାୟକ, ଭରତ ଦାସ, ଅନ୍ତର୍ଯ୍ୟାମୀ ବରାଳ, ମଲେଖା ଖାତୁନ, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, ଜୁମା ମସଜିଦର ଇମାନ ମୌଲାନ ଅବୁର ହୁସେନ କାସୁମି, ନୁରୁଲ ଇସଲାମ, ସୁନୀଲ ଦାଶ, ମନୋରଞ୍ଜନ ପଟ୍ଟନାୟକ ଓ ସୁବାସିନୀ ମହାକୁଡ ପ୍ରମୁଖ ନିଜର ମତ ଉପସ୍ଥାପନ କରିଥିଲେ ା ସମାଜବାଦୀ ନେତା ସରୋଜ କୁମାର ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ମହମ୍ମଦ ଉସମାନ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?