ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍‌ଜଜ୍‌ ପ୍ରମାଣ ଅଭାବରୁ ୪ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପୂର୍ବତନ ସରପଞ୍ଚ ଥିବା ଜଣାପଡ଼ିଛି। ଏହି ମାମଲାରେ ସମ୍ପୃକ୍ତ ଆଉ ଜଣେ ଅଭିଯୁକ୍ତ ଫେରାର ଥିବାଯୋଗୁ ତାଙ୍କର ବିଚାରଣ ହୋଇପାରିନାହିଁ। ଜଣେ ନାବାଳକଙ୍କ ବ୍ରହ୍ମପୁର ଜୁଭେନାଇଲ କୋର୍ଟରେ ବିଚାର ଚାଲିଛି।
ପ୍ରକାଶଯେ, ଜଣେ ପୂର୍ବତନ ସରପଞ୍ଚଙ୍କ ସହ ପୀଡିତାଙ୍କ ସ୍ବାମୀଙ୍କର ପାରିବାରିକ ସମ୍ପର୍କ ଥିଲା। ତାଙ୍କ ଘରକୁ ସେ ବିଭିନ୍ନ ସମୟରେ ଯିବାଆସିବା କରନ୍ତି। ଦିନେ ପୀଡିତାଙ୍କ ସ୍ବାମୀ ଘରେ ନଥିବା ବେଳେ ପୂର୍ବତନ ସରପଞ୍ଚ ମହିଳାଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ଅନ୍ୟ ଅଭିଯୁକ୍ତମାନେ ଜାଣିବା ପରେ ମହିଳାଙ୍କୁ ଧମକ ଦେଇ ବଳତ୍କାର କରିଥିଲେ। ଏହି ସମୟର ଫଟୋ ମଧ୍ୟ ଉତ୍ତୋଳନ କରିଥିଲେ। ଏହାପରେ ୨୦ ହଜାର ଟଙ୍କା ନଦେଲେ ଉକ୍ତ ଫଟୋକୁ ଭାଇରଲ କରିଦେବାକୁ ୨ଜଣ ଅଭିଯୁକ୍ତ ମହିଳାଙ୍କୁ ଧମକ ଦେଇଥିଲେ। ଏହାର କିଛିଦିନ ପରେ ଅଭିଯୁକ୍ତମାନେ ଫଟୋ ଗୁଡ଼ିକୁ ଗ୍ରାମର ସ୍କୁଲ ପାଚେରୀରେ ମାରିଥିଲେ। ଏନେଇ ପୀଡିତାଙ୍କ ସ୍ବାମୀ ସ୍ତ୍ରୀଙ୍କୁ ପଚାରିଥିଲେ। ଏହାପରେ ସ୍ତ୍ରୀ ସମସ୍ତ ଘଟଣା କହିବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହାପରେ ୪ଜଣ ଅଭିଯୁକ୍ତ ଜାମିନରେ ଆସିଥିଲେ। ମୁଦାଲାମାନଙ୍କ ପକ୍ଷରୁ ଅଶୋକ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri