ଗଣ୍ଡଗୋଳ ବେଳେ ଗର୍ଭବତୀ ଆହତ ଅଭିଯୋଗ: ମୃତ ଶିଶୁ ଜନ୍ମ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଦାରିଙ୍ଗବାଡ଼ି,୮।୧୧(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ପଞ୍ଚୁପଲ୍ଲି ଗ୍ରାମରେ ଜମିବାଡ଼ିକୁ ନେଇ ଶୁକ୍ରବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ଗର୍ଭବତୀ ରୋଜି ବଳିଆର ସିଂ ଆହତ ହୋଇଥିବା ଥାନାରେ ଅଭିଯୋଗ ହୋଇଥିଲା। ରୋଜିଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ଅବସ୍ଥା ଗୁରୁତର ହେବାରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ଫୁଲବାଣୀକୁ ନିଆଯାଇଥିଲା। ସେଠାରେ ସେ ଏକ ମୃତ ଶିଶୁପୁତ୍ର ଜନ୍ମ ଦେଇଥିଲେ। ମୃତ ଶିଶୁକୁ ନେଇ ପରିବାର ଲୋକେ ଗୁରୁବାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ଥିଲେ। ସେଠାରେ ଗ୍ରାମବାସୀ ପହଞ୍ଚତ୍ବାପରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତଦିନ ଗଣ୍ଡଗୋଳରେ ରୋଜିଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ନିଆଯାଇଥିଲା। ଏନେଇ ପୂର୍ବରୁ ନଂ.୧୧୫/୧୯ରେ ମାମଲା ରୁଜୁ ହୋଇଥିବା ମୃତ ଶିଶୁଙ୍କ ମା’ ରୋଜି ଏବଂ ବାପା ଅମର କହିଛନ୍ତି। ମାତ୍ର ଦାରିଙ୍ଗବାଡି ଥାନା ଏସ୍‌ଆଇ ଗୋପାଳକୃଷ୍ଣ ଆଗୁପାତ୍ର ଶିଶୁପୁତ୍ର ଜନ୍ମବେଳେ ଜୀବିତ ଥିଲେ, ପରେ ତାଙ୍କର ମୃତ୍ୟୁ ଘଟିଥିବା କହିଛନ୍ତି।
ପ୍ରକାଶ ଯେ, ଶୁକ୍ରବାର ଜମିବାଡ଼ି ବିବାଦ ଯୋଗୁ ଅମରଙ୍କ ସହ ଗ୍ରାମର କିଛି ଲୋକ ଗଣ୍ଡଗୋଳ କରୁଥିଲେ। ରୋଜି ସ୍ବାମୀଙ୍କୁ ସେମାନଙ୍କ କବଳରୁ ଛଡାଇବାବେଳେ ଜଣେ ବ୍ୟକ୍ତି ଧକ୍କା ଦେଇଥିଲେ। ଘଟଣା ଦିନ ରୋଜିଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବାବେଳେ ଅପର ଗୋଷ୍ଠୀ ମଧ୍ୟ ପାଲଟା ଏତଲା ଦେଇଥିଲେ। ନଂ.୧୧୬/୧୯ରେ ପୋଲିସ ମାମଲା ରୁଜୁ କରିଥିଲା। ଘଟଣାରେ ସମ୍ପୃକ୍ତ କିଛି ଲୋକଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri