ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି

ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍‌ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ ୫୦ ହଜାର ୭୮୫ କୁଇଣ୍ଟାଲ୍‌ ଧାନ ସଂଗ୍ରହ କରାଯାଇଛି। ଯାହା ଧାର୍ଯ୍ୟ ଲକ୍ଷ୍ୟର ୭୯ପ୍ରତିଶତରୁ ଅଧିକ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ରାଜ୍ୟ ସରକାର ଖରିଫରେ ୫୦ ଲକ୍ଷ ଟନ ଧାନ ସଂଗ୍ରହ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ସମସ୍ତ ୩୦ ଜିଲାରେ ୩୫୪୨ଟି ଧାନ ସଂଗ୍ରହ କେନ୍ଦ୍ର ମାଧ୍ୟମରେ ଚାଷୀଙ୍କ ପି-ପାସ୍‌ ଓ ଆଗୁଆ ଟୋକନ୍‌ ପ୍ରଦାନ ମାଧ୍ୟମରେ ଚଳିତ ଧାନ ସଂଗ୍ରହ କାର୍ଯ୍ୟ କରାଯାଉଛି। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ ସମୁଦାୟ ୯,୫୪,୮୭୦ଟି ଆଗୁଆ ଟୋକନ୍‌ ପ୍ରଦାନ କରାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୬,୮୦,୧୦୧ଜଣ ଚାଷୀ ଧାନ ବିକ୍ରି କରିଛନ୍ତି। ଗତବର୍ଷ ଏହି ସମୟ ସୁଦ୍ଧା ମୋଟ ୩୯,୪୫,୬୦୬ ଟନ ଧାନ ସଂଗ୍ରହ ହୋଇଥିଲା। ୨୦୨୦ ଫେବୃୟାରୀ ୩ ସୁଦ୍ଧା ୩୯,୫୦,୭୮୫ ଟନ ଧାନ ସଂଗ୍ରହ ହୋଇଛି। ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼ରୁ ୬, ୨୧,୬୭୦ ଟନ, ବଲାଙ୍ଗୀରରୁ ୨,୭୫,୨୩ ଟନ, ଗଞ୍ଜାମ ଜିଲାରୁ ୨,୩୭,୬୫୬ ଟନ, କଳାହାଣ୍ଡିରୁ ୪,୨୩,୫୬୮ ଟନ, କୋରାପୁଟରୁ ୧,୯୮,୮୧୯ ଟନ, ନବରଙ୍ଗପୁର ୧,୨୪,୧୬୭ ଟନ, ନୂଆପଡ଼ା ଜିଲାରୁ ୧,୧୪,୧୦୪ ଟନ, ସମ୍ବଲପୁରରୁ ୨,୯୦,୫୯୧ ଟନ ଧାନ ସଂଗ୍ରହ କରାଯାଇଛି। ଧାନ ସଂଗ୍ରହ ଅର୍ଥ ବାବଦକୁ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବର୍ତ୍ତମାନ ସୁଦ୍ଧା ପ୍ରାୟ ୬୫୫୩ କୋଟି ୭୧ ଲକ୍ଷ ଟଙ୍କା ହସ୍ତାନ୍ତର କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri