ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି

ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍‌ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ ୫୦ ହଜାର ୭୮୫ କୁଇଣ୍ଟାଲ୍‌ ଧାନ ସଂଗ୍ରହ କରାଯାଇଛି। ଯାହା ଧାର୍ଯ୍ୟ ଲକ୍ଷ୍ୟର ୭୯ପ୍ରତିଶତରୁ ଅଧିକ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ରାଜ୍ୟ ସରକାର ଖରିଫରେ ୫୦ ଲକ୍ଷ ଟନ ଧାନ ସଂଗ୍ରହ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ସମସ୍ତ ୩୦ ଜିଲାରେ ୩୫୪୨ଟି ଧାନ ସଂଗ୍ରହ କେନ୍ଦ୍ର ମାଧ୍ୟମରେ ଚାଷୀଙ୍କ ପି-ପାସ୍‌ ଓ ଆଗୁଆ ଟୋକନ୍‌ ପ୍ରଦାନ ମାଧ୍ୟମରେ ଚଳିତ ଧାନ ସଂଗ୍ରହ କାର୍ଯ୍ୟ କରାଯାଉଛି। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ ସମୁଦାୟ ୯,୫୪,୮୭୦ଟି ଆଗୁଆ ଟୋକନ୍‌ ପ୍ରଦାନ କରାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୬,୮୦,୧୦୧ଜଣ ଚାଷୀ ଧାନ ବିକ୍ରି କରିଛନ୍ତି। ଗତବର୍ଷ ଏହି ସମୟ ସୁଦ୍ଧା ମୋଟ ୩୯,୪୫,୬୦୬ ଟନ ଧାନ ସଂଗ୍ରହ ହୋଇଥିଲା। ୨୦୨୦ ଫେବୃୟାରୀ ୩ ସୁଦ୍ଧା ୩୯,୫୦,୭୮୫ ଟନ ଧାନ ସଂଗ୍ରହ ହୋଇଛି। ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼ରୁ ୬, ୨୧,୬୭୦ ଟନ, ବଲାଙ୍ଗୀରରୁ ୨,୭୫,୨୩ ଟନ, ଗଞ୍ଜାମ ଜିଲାରୁ ୨,୩୭,୬୫୬ ଟନ, କଳାହାଣ୍ଡିରୁ ୪,୨୩,୫୬୮ ଟନ, କୋରାପୁଟରୁ ୧,୯୮,୮୧୯ ଟନ, ନବରଙ୍ଗପୁର ୧,୨୪,୧୬୭ ଟନ, ନୂଆପଡ଼ା ଜିଲାରୁ ୧,୧୪,୧୦୪ ଟନ, ସମ୍ବଲପୁରରୁ ୨,୯୦,୫୯୧ ଟନ ଧାନ ସଂଗ୍ରହ କରାଯାଇଛି। ଧାନ ସଂଗ୍ରହ ଅର୍ଥ ବାବଦକୁ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବର୍ତ୍ତମାନ ସୁଦ୍ଧା ପ୍ରାୟ ୬୫୫୩ କୋଟି ୭୧ ଲକ୍ଷ ଟଙ୍କା ହସ୍ତାନ୍ତର କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ଜାନୁଆରୀ ୩ରୁ ସୃଷ୍ଟି ହେବ ପ୍ରଥମ ଦ୍ୱିଦ୍ୱାଦଶ ଯୋଗ: ଏହି ୩ ରାଶି ପାଇଁ…

ଜ୍ୟୋତିଷ ଶାସ୍ତ୍ରରେ, ବୁଧ ଗ୍ରହକୁ ବୁଦ୍ଧି, ଜ୍ଞାନ, ଯୋଗାଯୋଗ, ବ୍ୟବସାୟ ଏବଂ ଯୁକ୍ତି ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା କରାଯାଏ, ସେହିପରି ଯମ ଗ୍ରହକୁ...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri