ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି

ବାଲେଶ୍ୱର ଅଫିସ/ବସ୍ତା, ୨୦।୮(ସ୍ବ.ପ୍ର.)-ଉତ୍ତରଓଡ଼ିଶାରେ ଗତ ୫ଦିନ ଧରି ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ସଦର ବ୍ଲକର ୨ ପଞ୍ଚାୟତ, ରେମୁଣା ବ୍ଲକର ୩ ପଞ୍ଚାୟତ ଓ ବସ୍ତା ବ୍ଲକର ୧୦ପଞ୍ଚାୟତର ଅଧୀନ ଗ୍ରାମ ସହ ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜିଲା ଦେଇ ପ୍ରବାହିତ ହେଉଥିବା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସନ୍ଧ୍ୟା ୭ଟା ସୁଦ୍ଧା ବୁଢ଼ାବଳଙ୍ଗ ନଦୀର ବିପଦସଙ୍କେତ ୮.୧୩ ମିଟର ଥିବାବେଳେ ଜଳସ୍ତର ୬.୭୦ ମିଟର ରହିଛି ା ଜଳକା ନଦୀର ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ଜଳସ୍ତର ୬.୪୬ ମିଟର, ସୁବର୍ଣ୍ଣରେଖା ନଦୀର ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ଜଳସ୍ତର ୭.୩୮ ମିଟର ରହିଛି। ଏନେଇ ନଦୀ ପାର୍ଶ୍ୱବର୍ତ୍ତୀ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି ା ପ୍ରଶାସନ ଏଥିପ୍ରତି ସଜାଗ ରହିଛି।
ଜଳକା ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ବସ୍ତା ବ୍ଲକର ସଦାନନ୍ଦପୁର, ବାହାର୍ଦ୍ଦା, ମଥାନୀ, ପତ୍ରଝଡ଼ା, ମୁକୁଳୁସି ଓ ଦରୋଡ଼ା ପଞ୍ଚାୟତରେ ତଳିଅଞ୍ଚଳ ବନ୍ୟାଜଳ ପ୍ରବେଶ କରିଛି ା ଗତ ୨ଦିନ ହେଲା ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି। ରବିବାରଠାରୁ ନଦୀର ଜଳସ୍ତର ବୃଦ୍ଧି ପାଇବା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ଅନିୟମିତ ବର୍ଷା ଯୋଗୁ ଚାଷ କାମ ବିଳମ୍ବ ହୋଇଥିଲା। ଚାଷଜମି ଏବେ ବନ୍ୟାଜଳରେ ବୁଡ଼ି ରହିଛି ା ଫଳରେ ଚାଷ ନଷ୍ଟ ହେବାର ଆଶଙ୍କା କରାଯାଇଛି। ପ୍ରଶାସନ ପକ୍ଷରୁ ବନ୍ୟାର ମୁକାବିଲା ନିମନ୍ତେ ବ୍ୟାପକ ପ୍ରସ୍ତୁତି କରାଯାଇଛି ା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଉପଜିଲାପାଳ ନୀଲୁ ମହାପାତ୍ର, ଆରଡ଼ି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନନ୍ଦଦୁଲାଲ ଘଡେଇ, ଇରିଗେଶନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ ମଲ୍ଲିକ, ସହକାରୀ ନିର୍ବାହୀଯନ୍ତ୍ରୀ ନିର୍ମଳକାନ୍ତି ଜେନା, ସହକାରୀ ଯନ୍ତ୍ରୀ ଜୟକୃଷ୍ଣ ବେହେରା, କ୍ଷୁଦ୍ର ଜଳସେଚନ ଏସ୍‌ଡ଼ିଓ ଅରୁଣ କୁମାର ଦେ, ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀ, ବିଡ଼ିଓ କୁକୁମୀନା ଦାସ ପ୍ରମୁଖ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ସମୁଦ୍ର ଜୁଆରିଆ ଥିବାରୁ ବନ୍ୟାଜଳ ଧୀରେ ଧୀରେ ହ୍ରାସ ପାଉଛି। ବାହାର୍ଦ୍ଦା ପଞ୍ଚାୟତର ଶିବଗୋତିଆଠାରେ ନଦୀ ବନ୍ଧ ଅତଡ଼ା ଖାଉଥିବାରୁ ସେଠାରେ ବାଲି ବସ୍ତା ପକାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତଳତାପଣ୍ଡା, ସାନଖୁଡି ଆଦି ଅଞ୍ଚଳ ଜଳମଗ୍ନ ହୋଇଛି ା ଶିବଗୋତିଆଠାରେ ଆରଡି ବିଭାଗ ପକ୍ଷରୁ ନିର୍ମାଣ ହେଉଥିବା ପୋଲର ଉଭୟ ପାର୍ଶ୍ୱ ଅତଡା ଖାଉଥିବାରୁ ସେଠାରେ ମଧ୍ୟ ବାଲି ବସ୍ତା ପକାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଡ଼ିଓ କୁକୁମୀନା ଦାସ କହିଛନ୍ତି, ବନ୍ୟା ପରିସ୍ଥିତି ଗମ୍ଭୀର ହୋଇନାହିଁ, ତଥାପି ସ୍ଥିତି ଉପରେ ପ୍ରଶାସନ ତୀକ୍ଷଣ ନଜର ରଖିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri