ଗର୍ଭବତୀଙ୍କୁ ଅସଦାଚରଣ, ଆକ୍ରମଣ ମାମଲା: ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗର୍ଭବତୀଙ୍କୁ ଅସଦାଚରଣ, ଆକ୍ରମଣ ମାମଲାରେ ବୁଧବାର କୈଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମର ଭଗବାନ ଗୌଡଙ୍କୁ ଗିରଫ କରିଛି।
ପୋଲିସ ସୂଚନାନୁଯାୟୀ, ସୋମବାର ସନ୍ଧ୍ୟାରେ ଗାଁ ରାସ୍ତାରେ ଖେଳୁଥିବା ପିଲାମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଘଟଣାକୁ କେନ୍ଦ୍ରକରି ସନ୍ଧ୍ୟାରେ ଅଭିଯୁକ୍ତ ଭଗବାନ ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କୁ ଗାଳିଗୁଲଜ କରିଥିଲେ। ସେ ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ଭଗବାନ ଘର ବାରଣ୍ଡାକୁ ଯାଇ ତାଙ୍କ ପେଟକୁ ଆଘାତ କରିବା ସହ ଅସଦାଚରଣ କରିଥିଲେ। ମଙ୍ଗଳବାର ମହିଳାଙ୍କ ଏତଲା କ୍ରମେ ଥାନା ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ ୧୭୮/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଥିଲେ। ତଦନ୍ତକାରୀ ପୋଲିସ ଅଧିକାରୀ ଏସଆଇ ମଧୁସ୍ମିତା ପ୍ରଧାନ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁମାଛି ଆତଙ୍କ: ସରପଞ୍ଚଙ୍କ ସହ ୪ ଗୁରୁତର

ନୂଆପଡା, ୨୧।୩: ସାପ୍ତାହିକ ବଜାରରେ ମହୁମାଛି ଆତଙ୍କ ଦେଖିବାକୁ ମିଳିଛି। ଏଭଳି ଘଟଣା ଘଟିଛି ନୂଆପଡା ଜିଲା ଖଡିଆଳ ଥାନା ଦୋହେଲପଡା ଅଞ୍ଚଳରେ। ସରପଞ୍ଚଙ୍କ ସହ...

ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୨୯।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ସୋନପୁର କଲେଜ। ୧୯୬୪ ମସିହାରେ ମହାନଦୀ କୂଳରେ ସ୍ଥାପିତ ହୋଇଥିଲା ଏହି କଲେଜ । କଲେଜ ପ୍ରତିଷ୍ଠା...

ଚିକିତ୍ସା ଅବହେଳାରୁ ଶିଶୁକନ୍ୟାଙ୍କ ମୃତ୍ୟୁ ଅଭିଯୋଗ: ପ୍ରତିବାଦରେ ମେଡ଼ିକାଲ୍‌ରେ ଉତ୍ତେଜନା

ବାରିପଦା ଅଫିସ,୨୪ା୫-ମୟୂରଭଞ୍ଜ ଜିଲା ବାରିପଦା ସହରର ବାଲେଶ୍ୱର ଗୋଲେଇସ୍ଥିତ ଜୀବନଦୀପ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନବଜାତ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଙ୍କ ପିତା...

ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି...

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ...

ଯୋଡ଼ାରେ ନିର୍ମାଣ ହେଉଛି ସର୍ବବୃହତ ଫ୍ଲାଏ ଓଭର

ଯୋଡ଼ା,୧୭ା୩(ଡି.ଏନ.ଏ): ରାଜ୍ୟ ସରକାର କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଅନୁଦାନରେ ଯୋଡ଼ା ଖଣି ଅଞ୍ଚଳରେ ଟ୍ରାଫିକ ଓ ପ୍ରଦୂଷଣ ଜନିତ ସମସ୍ୟାରୁ ମୁକ୍ତି ପାଇଁ ସର୍ବ...

ଚଳନ୍ତା ବସ୍‌ରେ ଲାଗିଲା ନିଆଁ

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ସୌଭାଗ୍ୟ ବଶତଃ ଏଥିରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି...

କାମରେ ଲାଗୁନି ୪ ପର୍ଯ୍ୟଟନ ପ୍ରକଳ୍ପ

ଚଣ୍ଡିଖୋଲ,୧୨।୧୨(ଡି.ଏନ.ଏ.): ବୌଦ୍ଧ ହୀରକ ତ୍ରିଭୁଜ ଉଦୟଗିରି-ରତ୍ନଗିରି-ଲଳିତଗିର ଏବଂ ପରିବେଶ ପର୍ଯ୍ୟଟନସ୍ଥଳ ଓଳାଶୁଣୀ ପୀଠକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ...

Advertisement
Archives

Model This Week