ଗର୍ଭବତୀ ନାବାଳିକାର ଆତ୍ମହତ୍ୟା ଉଦ୍ୟମ

ଉମରକୋଟ,୩୦।୧(ଡି.ଏନ.ଏ.)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇ ଗର୍ଭବତୀ ହେବା ପରେ ଲୋକଲଜା ଭୟରେ ବିଷ ଖାଇ ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପରିବାର ଲୋକେ ନାବାଳିକାଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଉମରକୋଟ ବ୍ଲକ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ତାଙ୍କ ପଡୋଶୀ ଘରର ବିବାହିତ ଯୁବକ ବିଭିନ୍ନ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିଲେ। ଫଳରେ ନାବାଳିକା ଜଣକ ଗର୍ଭବତୀ ହୋଇଥିଲେ। ସେ ଗର୍ଭବତୀ ହୋଇଥିବା ନିଜେ ଜାଣି ପାରି ନ ଥିଲେ। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ଦେଖି ପରିବାର ଲୋକେ ସନ୍ଦେହ କରି ଏକ ଘରୋଇ କ୍ଲିନିକକୁ ଆଣି ପରୀକ୍ଷା କରିଥିଲେ। ନାବାଳିକା ଜଣକ ୬ ମାସର ଗର୍ଭବତୀ ଥିବା ଜଣାପଡିଥିଲା। ନାବାଳିକା ଜଣକ ଘରକୁ ଫେରିବା ପରେ ଲୋକ ଲଜ୍ଜା ଭୟରେ ଗୁରୁବାର କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କିନ୍ତୁ ଘର ଲୋକେ ଏହା ଜାଣି ପାରି ନାବାଳିକାଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି…

ବାତ୍ୟା ପ୍ରଭାବ, ଉଜୁଡ଼ିଲା ଧାନ ଫସଲ: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯୧୦(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ସ୍ବଳ୍ପ ବୃଷ୍ଟିପାତ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪…

ସିମନବାଡ଼ି ପଞ୍ଚାୟତର ୩ ଗାଁ ଜଳବନ୍ଦୀ, ବ୍ରିଜ୍‌ ଉପରେ ୫ ଫୁଟ ଉଚ୍ଚର ପାଣି, ରୋଗୀଙ୍କୁ ପିଠିରେ ବୋହି…

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତର ୩ ଗାଁ ଏବେ ଜଳବନ୍ଦୀରେ ଦିନ…

ମାତ୍ର ୧୭ ରନ୍‌ରେ ୮ ଉଇକେଟ ନେଇ ଇତିହାସ ରଚିଲେ ଏହି କ୍ରିକେଟର୍‌: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ନୂଆଦିଲ୍ଲୀ,୨୯।୧୦: ରଣଜୀ ଟ୍ରଫିରେ ସୌରାଷ୍ଟ୍ରର ବାମହାତୀ ସ୍ପିନର ପାର୍ଥ ଭୁଟ ନିଜର ଘାତକ ବୋଲିଂରେ ଆସାମର ବ୍ୟାଟିଂ ଲାଇନଅପକୁ ଧ୍ୱସ୍ତ କରିଦେଇଛନ୍ତି। ମାତ୍ର ୧୭ ରନ ଦେଇ…

ସରକାରଙ୍କ କଡ଼ା ନିୟମ, ପ୍ରଦର୍ଶନରେ ସାମିଲ ହେଲେ ମିଳିବନି ସରକାରୀ ଚାକିରି

ଲକ୍ଷ୍ନୌ,୨୯।୧୦: ଉତ୍ତରପ୍ରଦେଶରେ ସରକାରୀ ଚାକିରି ପାଇଁ ଆବେଦନକାରୀଙ୍କ ଚରିତ୍ର ଯାଞ୍ଚ ନିୟମକୁ ଅଧିକ କଡ଼ାକଡ଼ି କରାଯାଇଛି । ନୂଆ ନିର୍ଦ୍ଦେଶ ଅନୁସାରେ, କେବଳ ରାଜନୈତିକ ବିଚାରଧାରା ଆଧାରରେ…

ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ…

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?