ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ

ସିଂହପୁର,୧।୧୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରିବା ସହିତ ଏହି ଘଟଣାରେ ଶାଶୁ, ଶ୍ୱଶୁର, ସ୍ବାମୀଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମଙ୍ଗଳପୁର ଥାନା ଅନ୍ତର୍ଗତ କଣ୍ଟାପଡ଼ା ଅଞ୍ଚଳର ମନୁ ମଲ୍ଲିକଙ୍କ ଝିଅ ରିଲି ମଲ୍ଲିକ(୨୩)ଙ୍କୁ ଗତବର୍ଷ ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗ୍ରାମର ବସନ୍ତ ମଲ୍ଲିକଙ୍କ ପୁଅ ପରମେଶ୍ୱର ମଲ୍ଲିକ(୨୫)ଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରେ ରିଲିଙ୍କୁ ଶାଶୁଘର ଲୋକେ ବାପଘରୁ ଯୌତୁକ ବାବଦରେ ଟଙ୍କା ଆଣିବାକୁ ଶାରୀରିକ ନିର୍ଯାତନା ଦେଇଆସୁଥିଲେ। ତେବେ ରିଲି ଗର୍ଭବତୀ ଥିବା ବେଳେ ଶନିବାର ତାଙ୍କ ଶାଶୁ, ଶ୍ୱଶୁର,ସ୍ବାମୀ, ନଣନ୍ଦ, ସମ୍ପର୍କୀୟ ଖୁଡି ତାଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଏଥିରେ ସେ ଗୁରୁତର ହୋଇପଡ଼ବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର କଟକ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ମାତ୍ର ରିଲିଙ୍କ ଶାଶୁଘର ଲୋକେ କଟକ ନ ନେଇ ଘରକୁ ନେଇ ଆସିଥିଲେ। ତେବେ ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକଙ୍କ ଠାରୁ ରିଲିଙ୍କ ମା’ ଜିତା ମଲ୍ଲିକ ଖବର ପାଇବା ପରେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri