ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ

ସିଂହପୁର,୧।୧୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରିବା ସହିତ ଏହି ଘଟଣାରେ ଶାଶୁ, ଶ୍ୱଶୁର, ସ୍ବାମୀଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମଙ୍ଗଳପୁର ଥାନା ଅନ୍ତର୍ଗତ କଣ୍ଟାପଡ଼ା ଅଞ୍ଚଳର ମନୁ ମଲ୍ଲିକଙ୍କ ଝିଅ ରିଲି ମଲ୍ଲିକ(୨୩)ଙ୍କୁ ଗତବର୍ଷ ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗ୍ରାମର ବସନ୍ତ ମଲ୍ଲିକଙ୍କ ପୁଅ ପରମେଶ୍ୱର ମଲ୍ଲିକ(୨୫)ଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରେ ରିଲିଙ୍କୁ ଶାଶୁଘର ଲୋକେ ବାପଘରୁ ଯୌତୁକ ବାବଦରେ ଟଙ୍କା ଆଣିବାକୁ ଶାରୀରିକ ନିର୍ଯାତନା ଦେଇଆସୁଥିଲେ। ତେବେ ରିଲି ଗର୍ଭବତୀ ଥିବା ବେଳେ ଶନିବାର ତାଙ୍କ ଶାଶୁ, ଶ୍ୱଶୁର,ସ୍ବାମୀ, ନଣନ୍ଦ, ସମ୍ପର୍କୀୟ ଖୁଡି ତାଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଏଥିରେ ସେ ଗୁରୁତର ହୋଇପଡ଼ବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର କଟକ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ମାତ୍ର ରିଲିଙ୍କ ଶାଶୁଘର ଲୋକେ କଟକ ନ ନେଇ ଘରକୁ ନେଇ ଆସିଥିଲେ। ତେବେ ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକଙ୍କ ଠାରୁ ରିଲିଙ୍କ ମା’ ଜିତା ମଲ୍ଲିକ ଖବର ପାଇବା ପରେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri