Posted inଜାତୀୟ

ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରିବା ପାଇଁ ନିଜକୁ ଅପହରଣ କରାଇଲେ ଯୁବକ

ଲକ୍ଷ୍ନୌ,୨୮।୪: ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରି ପାଇଁ ଉତ୍ତରପ୍ରଦେଶ ଝାଂସୀର ଜଣେ ଯୁବକ ନିଜକୁ ଅପହରଣ କରାଇଛନ୍ତି। ଘର ଲୋକେ ୩୧ ବର୍ଷ ବୟସ୍କ ସଫ୍ଟଓ୍ବେର ଇଞ୍ଜିନିୟର ରବି ସିଂଙ୍କ ବିବାହ ଠିକ୍‌ କରିଥିଲେ। ତେବେ ରବି ଦିଲ୍ଲୀରେ ଥିବା  ଗର୍ଲ ଫ୍ରେଣ୍ଡ୍‌ଙ୍କୁ ବିବାହ କରିବା ପାଇଁ ତାଙ୍କ ପିତାଙ୍କ ପାଖକୁ ମେସେଜ୍‌ କରିଥିଲେ। ଏଥିରେ ସେ ଅପହୃତ ହୋଇଥିବା ଏବଂ ୫ଲକ୍ଷ ଟଙ୍କା ଦାବି କରିଥିଲେ। ପରିବାର ସଦସ୍ୟ ଏନେଇ ପୋଲିସ ଥାନାରେ ମାମଲା ଦାଏର ନକରି ମେସେଜ୍‌ କୁହାଯାଇଥିବା ଠିକଣାରେ ଟଙ୍କା ନେଇ ପହଞ୍ଚିଥିଲେ। ତେବେ ରବି ଘରକୁ ନ ଫେରିବାରୁ ପୋଲିସ ଥାନାରେ ମାମଲା ଦାଏର କରାଯାଇଥିଲା। ପୋଲିସ ମେସେଜ ଆଧାରରେ ଖୋଳତାଡ଼ ଆରମ୍ଭ କରି ଚଣ୍ଡିଗଡ଼, ହରିଦ୍ୱାର, ଜମ୍ମୁ, ଦିଲ୍ଲୀ ତଥା କୁରୁ କ୍ଷେତ୍ର ଆଦି ଅଞ୍ଚଳରେ ରବିଙ୍କ ସନ୍ଧାନ କରିଥିଲେ। ଶେଷରେ ରବିଙ୍କୁ ଗୁରୁଗ୍ରାମ୍‌ ସେକ୍ଟର ୧୮ରୁ ପୋଲିସ ଧରି ସତ କଥା ଜାଣିପାରିଥିଲେ। ୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ରବି ଗର୍ଲଫ୍ରେଣ୍ଡଙ୍କୁ ବିବାହ କରିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?