Posted inଖେଳ

ଗଲ୍ଫ ପରେ ବିଲିଆଡର୍‌ସ ଖେଳିଲେ ଧୋନୀ

ରାଞ୍ଚ,୨୯।୯: ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଜାତୀୟ ଦଳରେ ଦେଖିବାକୁ ମିଳିନାହିଁ। ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କ ଅବସର ନେଇ ଅନିଶ୍ଚିତତା ଜାରି ରହିଛି। କିନ୍ତୁ ବିଶ୍ୱର ସଫଳତମ ଅଧିନାୟକ ଧୋନୀଙ୍କୁ ଗତ କିଛିମାସ ହେଲା ବିଭିନ୍ନ କ୍ରୀଡ଼ାରେ ଭାଗ୍ୟ ପରୀକ୍ଷା କରୁଥିବାର ଦେଖିବାକୁ ମିଳିଛି। ନିକଟରେ ଧୋନୀ ଗଲି କ୍ରିକେଟ ଖେଳୁଥିବାର ଏକ ଭିଡିଓ ପୋଷ୍ଟ କରିଥିଲେ। ଏବେ ଝାଡ଼ଖଣ୍ଡ ରାଜ୍ୟ କ୍ରିକେଟ ଆସୋସିଏଶନ (ଜେଏସ୍‌ସିଏ) ଇନ୍‌ଡୋର ଷ୍ଟାଡିୟମରେ ବିଲିୟାଡର୍‌ସ ଖେଳୁଥିବାର ନଜର ଆସିଛନ୍ତି। ଏଥିପୂର୍ବରୁ ଆମେରିକାରେ ଗଲ୍ଫ ଖେଳୁଥିବାର ଦେଖାଯାଇଥିଲା। ୩୮ ବର୍ଷୀୟ ଧୋନୀ ଆସନ୍ତା ନଭେମ୍ବର ପର୍ଯ୍ୟନ୍ତ ଜାତୀୟ ଦଳ ପାଇଁ ଉପଲବ୍ଧ ନାହାନ୍ତି। ଦିନିକିଆରେ ୧୦ ହଜାର ପୂରଣ କରିସାରିଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ଓ୍ବେଷ୍ଟଇଣ୍ଡିଜ ଓ ଚଳିତ ଦକ୍ଷିଣ ଆଫ୍ରିକା ସିରିଜ୍‌ ଲାଗି ଉପଲବ୍ଧ ହୋଇ ନ ଥିଲେ। ତେବେ ଧୋନୀ ଡିସେମ୍ବରରେ ହେବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜ୍‌ ଖେଳିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri