ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି ନ ଥିବା ବେଳେ ଗୁରୁବାର ସେ ଏସ୍ଡ଼ିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ତାଙ୍କ ଜାମିନ ଆବେଦନକୁ ଏସ୍ଡ଼ିଜେଏମ୍ ଖାରଜ କରି ଦେଇଥିଲେ। ପରେ ଅଭିଯୁକ୍ତ ବୁଲାଙ୍କୁ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପଟେ ଏହି ହତ୍ୟା ଘଟଣାର ଅଧିକ ତଥ୍ୟ ହାସଲ କରିବା ପାଇଁ ରେଳବିଭାଗ ପୋଲିସ (ଜିଆରପି) ଅଭିଯୁକ୍ତ ବୁଲାଙ୍କୁ ୩ ଦିନ ରିମାଣ୍ଡରେ ଆଣିବ ବୋଲି ଜିଆରପି ଏସ୍ଡ଼ିଆରପିଓ ଚନ୍ଦ୍ର ଶେଖର ସାହୁ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ, ରେଳଷ୍ଟେଶନ ନିକଟରେ ଥିବା ଅନ୍ନପୂର୍ଣ୍ଣା ହୋଟେଲ ମାଲିକଙ୍କ ପୁଅ ଅନିଲ ପଣ୍ଡାଙ୍କୁ ଗତ ୩ ତାରିଖ ରାତିରେ ୪ନଂ. ପ୍ଲାଟଫର୍ମ ନିକଟରେ ହତ୍ୟା କରାଯାଇଥିଲା। ରେଳରେ ଯାତ୍ରୀଙ୍କ ଖାଦ୍ୟ ଯୋଗାଣକୁ କେନ୍ଦ୍ରକରି ଷ୍ଟେଶନରେ ହକର ଭାବେ କାମ କରୁଥିବା ବୁଲା ଗତ ୩ ତାରିଖ ରାତି ପ୍ରାୟ ସାଢ଼େ ୯ଟା ବେଳେ ଅନିଲ ପଣ୍ଡାଙ୍କ ଗଳା କାଟି ହତ୍ୟା କରିଥିଲେ ବୋଲି ପୋଲିସ କହିଥିଲା। ଜିଆରପି ପୋଲିସ ଏନେଇ ନଂ.୧୨୦/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ଜିଆରପି ୨ଟି ଟିମ ଗଠନ କରିଥିଲା। ହେଲେ ଅଭିଯୁକ୍ତଙ୍କ ଟେର ପାଇପାରି ନ ଥିଲା। ଘଟଣା ପରେ ଅଭିଯୁକ୍ତଙ୍କ କେତେକ ସମ୍ପର୍କୀୟଙ୍କୁ ପୋଲିସ ଥାନାରେ ଅଟକ ରଖି ଜେରା ଚଳାଇଥିଲା। ଅନ୍ୟପଟେ କୋର୍ଟରେ ବୁଲା ଆତ୍ମସମର୍ପଣ କରିବା ନେଇ ପୋଲିସ ଆଗୁଆ ସୂଚନା ପାଇ କୋର୍ଟ ପରିସରରେ ସାଦା ପୋଷାକରେ ପାଇଁତରା ମାରୁଥିଲା। ହେଲେ ଗୁରୁବାର ପୋଲିସକୁ ଚକମା ଦେଇ ହତ୍ୟାକାରୀ ବୁଲା ତାଙ୍କ ଆଇନଜୀବୀଙ୍କ ଜରିଆରେ କୋର୍ଟରେ ଆତ୍ମସମର୍ପଣ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

