ସୁନ୍ଦରଗଡ଼,୯।୧(ଡି.ଏନ୍.ଏ.): ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ। ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ସରଫଗଡ଼ ପଞ୍ଚାୟତ ହାତୀଟୁକୁ ଗାଁର ଜଣେ ମହିଳାଙ୍କୁ ଖଟିଆ ବୋହି ୨ କିମି ଆଣିବା ପରେ ଆମ୍ବୁଲାନ୍ସ ଯୋଗେ ମେଡିକାଲ ଅଣାଯାଇଛି। ମହିଳାଜଣକ ହେଲେ ଏମ୍ବ୍ରିତା ଆଇନ୍ଦ। ସେ ଏବେ ଛଅ ମାସର ଗର୍ଭବତୀ। ଏମ୍ବ୍ରିତା ସକାଳେ ରୋଷେଇ କରୁଥିବା ବେଳେ ଡିବିରିରୁ ତାଙ୍କ କାନିରେ ନିଆଁ ଲାଗିଯାଇଥିଲା। ଏଥିରେ ତାଙ୍କ ଗୋଡ଼ ପୋଡ଼ିଯିବା ପରେ ପରିବାର ଲୋକେ ତାଙ୍କୁ ମେଡିକାଲ ନେବାପାଇଁ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଗ୍ରାମକୁ ଯିବା ଲାଗି ରାସ୍ତା ନ ଥିବା ଏବଂ ଯିବା ରାସ୍ତାରେ ଏକ ନାଳ ଥିବା ଯୋଗୁ ଆମ୍ବୁଲାନ୍ସଟି ସେଠାକୁ ଯାଇପାରି ନ ଥିଲା। ଫଳରେ ପରିବାର ଲୋକେ ଏବଂ ସେଠାକାର ସମିତି ସଭ୍ୟ ଅମୀର ନାଏକ ଗର୍ଭବତୀ ମହିଳାଙ୍କୁ ଦୁଇ କିଲୋମିଟର ରାସ୍ତା ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ । ପରେ ତାଙ୍କୁ ମେଡିକାଲ ନିଆଯାଇଛି। ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଲେଫ୍ରିପଡା ବ୍ଲକର ସରଫଗଡ଼ ପଞ୍ଚାୟତ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏମିତି ଅନେକ ଗାଁ କୁ ଆଜି ବି ରାସ୍ତାଟିଏ ନ ଥିବା ଅଭିଯୋଗ ହୋଇଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...
ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
Archives


