ସୁନ୍ଦରଗଡ଼,୯।୧(ଡି.ଏନ୍.ଏ.): ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ। ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ସରଫଗଡ଼ ପଞ୍ଚାୟତ ହାତୀଟୁକୁ ଗାଁର ଜଣେ ମହିଳାଙ୍କୁ ଖଟିଆ ବୋହି ୨ କିମି ଆଣିବା ପରେ ଆମ୍ବୁଲାନ୍ସ ଯୋଗେ ମେଡିକାଲ ଅଣାଯାଇଛି। ମହିଳାଜଣକ ହେଲେ ଏମ୍ବ୍ରିତା ଆଇନ୍ଦ। ସେ ଏବେ ଛଅ ମାସର ଗର୍ଭବତୀ। ଏମ୍ବ୍ରିତା ସକାଳେ ରୋଷେଇ କରୁଥିବା ବେଳେ ଡିବିରିରୁ ତାଙ୍କ କାନିରେ ନିଆଁ ଲାଗିଯାଇଥିଲା। ଏଥିରେ ତାଙ୍କ ଗୋଡ଼ ପୋଡ଼ିଯିବା ପରେ ପରିବାର ଲୋକେ ତାଙ୍କୁ ମେଡିକାଲ ନେବାପାଇଁ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଗ୍ରାମକୁ ଯିବା ଲାଗି ରାସ୍ତା ନ ଥିବା ଏବଂ ଯିବା ରାସ୍ତାରେ ଏକ ନାଳ ଥିବା ଯୋଗୁ ଆମ୍ବୁଲାନ୍ସଟି ସେଠାକୁ ଯାଇପାରି ନ ଥିଲା। ଫଳରେ ପରିବାର ଲୋକେ ଏବଂ ସେଠାକାର ସମିତି ସଭ୍ୟ ଅମୀର ନାଏକ ଗର୍ଭବତୀ ମହିଳାଙ୍କୁ ଦୁଇ କିଲୋମିଟର ରାସ୍ତା ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ । ପରେ ତାଙ୍କୁ ମେଡିକାଲ ନିଆଯାଇଛି। ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଲେଫ୍ରିପଡା ବ୍ଲକର ସରଫଗଡ଼ ପଞ୍ଚାୟତ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏମିତି ଅନେକ ଗାଁ କୁ ଆଜି ବି ରାସ୍ତାଟିଏ ନ ଥିବା ଅଭିଯୋଗ ହୋଇଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ
କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…
Archives

