ଗାଁ କଲ୍ୟାଣ ସମିତିକୁ ୨୦ ହଜାର

ଭୁବନେଶ୍ୱର,୨୦।୫(ବ୍ୟୁରୋ): କୋଭିଡ୍‌ ପରିଚାଳନା ପାଇଁ ଗାଁ କଲ୍ୟାଣ ସମିତିକୁ ସାମିଲ କରାଯାଇଛି। ଏ ବାବଦକୁ ସମିତିକୁ ମିଳିବ ସର୍ବାଧିକ ୨୦ ହଜାର ଟଙ୍କା। ୨୦୨୧-୨୨ ବର୍ଷ ପାଇଁ ୪ଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଗାଁ କଲ୍ୟାଣ ସମିତି କରୋନା ମୁକାବିଲା ପାଇଁ ବୈଠକ କରି ୩ ମାସର ଆକ୍ସନ ପ୍ଲାନ କରିବ। ସ୍ଥାନୀୟ ଗଣମାଧ୍ୟମକୁ ନେଇ ଲୋକଙ୍କୁ ସଚେତନ ମଧ୍ୟ କରିବ ସମିତି। ଏଥିସହ ସାନିଟାଇଜ, ଟିକାକାରଣ ଓ ଟେଷ୍ଟିଂ ପାଇଁ ଲୋକଙ୍କୁ ଉତ୍ସାହିତ କରିବ। କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ମଧ୍ୟ ସମିତି କଠୋର କାର୍ଯ୍ୟାନୁଷ୍ଠାନ ନେଇପାରିବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।
ସେପଟେ ୨୪ରୁ ରାଜ୍ୟବ୍ୟାପୀ ଆଶାକର୍ମୀମାନେ ଘର ଘର ବୁଲି ସର୍ଭେ ପାଇଁ ଆକ୍ସନ ପ୍ଲାନ କରିଛି ସ୍ବାସ୍ଥ୍ୟ ବିଭାଗ। ଆଶାକର୍ମୀମାନେ ଜ୍ୱର ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ଔଷଧ ବ୍ୟବସ୍ଥା କରିବା ସହ ଆବଶ୍ୟକ ସ୍ଥଳେ ହସ୍ପିଟାଲ ପଠାଇବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ଲକ୍ଷଣ ଥିଲେ ନିକଟ ସ୍ବାସ୍ଥ୍ୟକେନ୍ଦ୍ରରେ ଟେଷ୍ଟିଂ କରାଇବେ ଏବଂ ଲିଫ୍‌ଲେଟ୍‌ ବାଣ୍ଟି କୋଭିଡ୍‌ ସମ୍ପର୍କରେ ସଚେତନ କରିବେ ଆଶାକର୍ମୀ। ଠିକ୍‌ ଭାବେ ମାସ୍କ ବ୍ୟବହାର ଓ ହାତ ଧୋଇବା ନେଇ ମଧ୍ୟ ଲୋକଙ୍କୁ ବୁଝାଇବେ। ଅନ୍ୟ ଗୁରୁତର ରୋଗରେ ଆକ୍ରାନ୍ତ କରୋନା ରୋଗୀଙ୍କୁ ଚିହ୍ନଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୈନିକ ଅତିକମ୍‌ରେ ୨୦ଟି ଘର ବୁଲି ଆଶାକର୍ମୀମାନେ ସର୍ଭେ କରିବେ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏ ନେଇ ମହାପାତ୍ର ସମସ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।

ନିର୍ଦ୍ଧାରିତ ଦରରେ ଟିକାକରଣ ପାଇଁ ଘରୋଇ ହସ୍ପିଟାଲକୁ ନିର୍ଦ୍ଦେଶ

ଏଣିକି ଘରୋଇ ହସ୍ପିଟାଲଗୁଡ଼ିକ ମଧ୍ୟ ଟିକାକରଣ କରିପାରିବେ। ସରକାରଙ୍କ ଦ୍ୱାରା ଧାର୍ଯ୍ୟ ଦର ଅନୁସାରେ ଟିକାକରଣ ହେବ। ଏନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ସମସ୍ତ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟିକାକରଣ ପାଇଁ ଭିତ୍ତିଭୂମି ସଜାଡ଼ିବା ସହ ପ୍ରସ୍ତୁତ ହୋଇ ରୁହନ୍ତୁ। ନିଜେ ଟିକା କିଣି ଲୋକଙ୍କୁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ଦରରେ ଟିକା ଦିଅନ୍ତୁ। ତେବେ କୌଣସି ଘରୋଇ ହସ୍ପିଟାଲରେ ଅଫ୍‌ଲାଇନ ଟିକାକରଣ କରିବାକୁ ଚିଠିରେ ସିଧାସଳଖ ମନା କରାଯାଇଛି। ଟିକାକରଣ ପୂର୍ବରୁ ଟିକାର ଦର କୋୱିନ୍‌ ପୋର୍ଟାଲ ଜରିଆରେ ଜଣାଇବା ପାଇଁ ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ଭୁବନେଶ୍ୱର, ବ୍ରହ୍ମପୁର ଓ ବରଗଡ଼ର ୩ ଘରୋଇ ହସ୍ପିଟାଲ ୧୨ ହଜାର ଲେଖାଏ ଡୋଜ୍‌ କୋଭିଶିଲ୍ଡ ଟିକା ପାଇଁ ସିରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆକୁ ଅର୍ଡର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri