ଗାଁ ଜଳାର୍ଣ୍ଣବ, ଧୋଇଗଲା ଅସ୍ଥାୟୀ ପୋଲ

ପାଟପୁର,୨୫ା୧୦(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସକାଳୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ପୋଚକା ନାଳ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଗୁରୁବାର ସକାଳ ୭ଟାରେ ବୁଦ୍ଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି ଆସି ଅସ୍ଥାୟୀ ପୋଚକା ପୋଲ ଧୋଇ ହୋଇଯାଇଛି। ଫଳରେ ଦିଗପହଣ୍ଡି-ଆସିକା ମୁଖ୍ୟ ରାସ୍ତାରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ତଳିଆ ଅଞ୍ଚଳରେ ଚାଷ ଜମି ଜଳମଗ୍ନ ହୋଇରହିଛି। କେତେକ ଗ୍ରାମରେ ବର୍ଷାଜଳ ପଶି ଲୋକେ ଜଳବନ୍ଦୀ ହୋଇଛନ୍ତି। ଗାଁ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି। ବନ୍ୟା ପାଣି ଘରେ ମଧ୍ୟ ପଶିଛି। ପାଟପୁର ଅଞ୍ଚଳର ପ୍ରାୟ ୨୦୦ ହେକ୍ଟରରୁ ଉର୍ଦ୍ଧ୍ୱ ଚାଷ ଜମି ବର୍ଷା ଜଳରେ ବୁଡି ରହିଛି। ତହସିଲଦାର ଅମିତ କୁମାର ନାୟକ, ବିଡିଓ ଗାୟତ୍ରୀଦତ୍ତ ନାୟକ, ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ବିଭିନ୍ନ ଗ୍ରାମଞ୍ଚଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତିି। ପ୍ରକାଶ ଯେ ପୂର୍ବରୁ ପୋଚକା ନାଳର ପୋଲ ଭୁଶୁଡି ଯାଇଥିବା ହେତୁ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସେଠାରେ ଏକ ଅସ୍ଥାୟୀ ପୋଲ ନିର୍ମାଣ କରାଯାଇଥିଲା। ନିର୍ମାଣର ଏକ ମାସ ମଧ୍ୟରେ ଅସ୍ଥାୟୀ ପୋଲ ଧୋଇଯାଇଥିବା ହେତୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ତୁରନ୍ତ ସ୍ଥାୟୀ ପୋଲ ନିର୍ମାଣ ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri