ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି : ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଆରଡି, ୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ମହାଳିକସାହି ଗାଁ ଦାଣ୍ଡରେ ଏବେ ଆଣ୍ଠୁଏ ପାଣି ଜମି ରହିଛି। ଦାଣ୍ଡ ଚାରିପଟେ ଥିବା ସ୍ଥାନକୁ ଲୋକେ ପୋତିଦେବାରୁ ଏପରି ଅବସ୍ଥା ଉପୁଜିଛି। ମାସମାସ ଧରି ପାଣି ଜମି ରହିବା ଗ୍ରାମବାସୀଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି। ଏ ସଂକ୍ରାନ୍ତରେ ସେମାନେ ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ଅବଗତ କରିଥିଲେ ବି କୌଣସି ସୁଫଳ ମିଳିନି। ଫଳରେ ଗ୍ରାମବାସୀ ଏବେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବେ ବୋଲି ଚେତାବନୀ ଦେଇଛନ୍ତି।
ଗ୍ରାମବାସୀଙ୍କ ସୂଚନାନୁସାରେ ସୁନ୍ଦରପୁର ମହାଳିକସାହିରେ ପ୍ରାୟ ୬୦ ପରିବାର ବାସ କରନ୍ତି। ତନ୍ମଧ୍ୟରୁ ୪୦ ପରିବାର ଏହି ଗାଁ ଦାଣ୍ଡଦେଇ ଯିବା ଆସିବା କରିଥାନ୍ତି। ସେହି ଦାଣ୍ଡର ଦକ୍ଷିଣ ପାର୍ଶ୍ୱରେ ସରକାରୀ ଜାଗା ରହିଛି। ସେହି ଜାଗା ଏବେ ଜବରଦଖଲକାରୀଙ୍କ କବ୍‌ଜାରେ। ଚଳିତ ବର୍ଷ ସେଠାରେ କେତେଜଣ ବ୍ୟକ୍ତି ମାଟି ପକାଇ ଦେବାରୁ ପାଣି ଜମି ରହୁଛି। ଏହି ପାଣି ନିଷ୍କାସନ ନ ହେବାରୁ ଗ୍ରାମବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଖରାଦିନେ ମଧ୍ୟ ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି ଜମି ରହିଛି। ଆଗକୁ ବର୍ଷାଦିନ ଆସୁଛି। ଯଦି ଏଠାରୁ ଜଳ ନିଷ୍କାସନ ନ ହୁଏ ତେବେ ଗ୍ରାମବାସୀ ମ୍ୟାଲେରିଆ ଭଳି ସଂକ୍ରାମକ ରୋଗର ସମ୍ମୁଖୀନ ହେବା ଆଶଙ୍କାକୁ ଏଡାଇ ଦେଇ ହେବ ନାହିଁ। ଏ ସମ୍ପର୍କରେ ଗ୍ରାମବାସୀ ଭଦ୍ରକ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଯଦି ୧୫ ଦିନ ମଧ୍ୟରେ ସମସ୍ୟାର ସମାଧାନ ନ ହୁଏ ତେବେ ସେମାନେ ବାଧ୍ୟ ହୋଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଚାନ୍ଦବାଲି ଅତିରିକ୍ତ ତହସିଲଦାର ପ୍ରଶାନ୍ତ କୁମାର ମହାରଣାଙ୍କୁ ପଚାରିବାରୁ ଜଳ ନିଷ୍କାସନ ପାଇଁ ସରକାରୀ ଜମି ଥିଲେ ତାହାକୁ ବ୍ୟବହାର କରି ସମସ୍ୟାର ସମାଧାନ କରାଯିବ। ଏନେଇ ଆରଡି ରାଜସ୍ବ ନିରୀକ୍ଷକ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri